ବାଲେଶ୍ୱର ଅଫିସ, ୨୧।୧୨: ବାଲେଶ୍ୱର ସଦର ବ୍ଲକ ଅଧୀନ ନଗ୍ରମ ପଞ୍ଚାୟତ ଖେଦରପୁର ଓ ନାୟକସାହି ଗ୍ରାମରେ ଦୀର୍ଘଦିନ ଧରି ପାନୀୟ ଜଳ ସମସ୍ୟା ଲାଗି ରହିଛି। ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ଅନୁମୋଦନ ହୋଇଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ ଶେଷ କରିବା ପାଇଁ ଗ୍ରାମବାସୀ ଜିଲାପାଳଙ୍କଠାରେ ଦାବି କରିଛନ୍ତି।
ଏହି ପ୍ରକଳ୍ପ ଗତ ୨୦୨୧ ମାର୍ଚ୍ଚ ୧୦ତାରିଖରେ କାର୍ଯ୍ୟାଦେଶ ପାଇଁ ଠିକାଦାରଙ୍କୁ ପ୍ରଦାନ କରାଯାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କରିନାହାନ୍ତି। ଫଳରେ ଲୋକମାନେ ପାଣି ପାଇଁ ନାହଁି ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଯଥାଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ ସରପଞ୍ଚ ବନିତା ଭୂୟାଁ, ୧୧ନଂ. ୱାର୍ଡ଼ସଭ୍ୟା ପ୍ରମିଳା ପୁହାଣଙ୍କ ତତ୍ତ୍ୱାବଧାନରେ ଗ୍ରାମବାସୀ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।