Posted inଜାତୀୟ

ମୋଦିଙ୍କ ବାସଭବନ ଉପରେ ଡ୍ରୋନ…

ନୂଆଦିଲ୍ଲୀ,୩।୭ : ସୋମବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ ଉପରେ ଡ୍ରୋନ ଉଡ଼ିବାର ଖବର ଆଲୋଡ଼ନ ସୃଷ୍ଟି କରିଛି। ଏସପିଜି ଏହି ବିଷୟରେ ଦିଲ୍ଲୀ ପୋଲିସକୁ ସୂଚନା ଦେଇଥିଲା, ସୂଚନା ପାଇବା ମାତ୍ରେ ବରିଷ୍ଠ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ।

ସୂଚନାନୁସାରେ, ସୋମବାର ଭୋର ପ୍ରାୟ ୫ ଟା ବେଳେ ଏସପିଜି ଦିଲ୍ଲୀ ପୋଲିସକୁ ଏ ସମ୍ପର୍କରେ ସୂଚନା ମିଳିଥିଲା। ସୂଚନା ପାଇବା ମାତ୍ରେ ଦିଲ୍ଲୀର ବରିଷ୍ଠ ଅଧିକାରୀ ଏବଂ ପୋଲିସ ବାହିନୀ ଡ୍ରୋନ ଖୋଜିବା ଆରମ୍ଭ କରିଥିଲେ।

ପ୍ରଧାନମନ୍ତ୍ରୀଙ୍କ ବାସଭବନ ଏବଂ ଏହାର ଆଖପାଖ ଅଞ୍ଚଳ କୌଣସି ଫ୍ଲାଇଙ୍ଗ ଜୋନରେ ନାହିଁ। ସୋମବାର ସକାଳେ, ଏନଡିଡି କଣ୍ଟ୍ରୋଲ ରୁମକୁ ପ୍ରଧାନମନ୍ତ୍ରୀଙ୍କ ବାସଭବନ ନିକଟରେ ଏକ ଅଜ୍ଞାତ ଫ୍ଲାଇଙ୍ଗ ବସ୍ତୁ ବିଷୟରେ ସୂଚନା ମିଳିଥିଲା।

ଆଖପାଖ ଅଞ୍ଚଳରେ ବହୁ ଖୋଜାଖୋଜି କରାଯାଇଥିଲା କିନ୍ତୁ ସେପରି କିଛି ମିଳି ନ ଥିଲା। ଏୟାର ଟ୍ରାଫିକ କଣ୍ଟ୍ରୋଲ ରୁମ (ଏଟିସି) କୁ ମଧ୍ୟ ଯୋଗାଯୋଗ କରାଯାଇଥିଲା, ସେମାନେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ବାସଭବନ ନିକଟରେ କୌଣସି ଫ୍ଲାଇଙ୍ଗ ବସ୍ତୁ ପାଇ ନ ଥିଲେ।

ନୂଆଦିଲ୍ଲୀ ଜିଲାର ଅତିରିକ୍ତ ଡେପୁଟି କମିଶନର ଡକ୍ଟର ହେମନ୍ତ ତିୱାରୀ କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ବାସଭବନ ଉପରେ ନୋ-ଫ୍ଲାଇଙ୍ଗ ଜୋନରେ ଡ୍ରୋନ ଉଡିବା ସମ୍ପର୍କରେ ସୂଚନା ମିଳିଛି। ସକାଳ ୫ ଟା ୩୦ ରେ ଏସପିଜି ପୋଲିସ ସହିତ ଯୋଗାଯୋଗ କରିଥିଲେ। ବର୍ତ୍ତମାନ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ପୂର୍ବରୁ ମାଗଣା ବିଜୁଳି, ଋଣ ଛାଡ ଭଳି ଲଲିପପ ଦେଖାଉଛନ୍ତି ନେତା!

ରାଞ୍ଚି,୨୮।୧୦: ଝାଡ଼ଖଣ୍ଡର ୨୦୨୪ ବିଧାନସଭା ନିର୍ବାଚନ ପାଖେଇ ଆସିବା ମାତ୍ରେ ଗୋଡ୍ଡା ଜିଲାର ପଥରଗାମା ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଓ ଅବିଶ୍ୱାସର ଭାବନା ସୃଷ୍ଟି...

ମୁହଁ ଖୋଲିଲେ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼, କହିଲେ କ’ଣ ହୋଇଥିଲା ଆଲୋଚନା

ନୂଆଦିଲ୍ଲୀ,୨୮ା୧୦: ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନ ବାସଭବନକୁ ଆସିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼। ଏହି ଘଟଣାକୁ ନେଇ...

ଓ୍ବେଟିଂ ଲିଷ୍ଟ କନଫର୍ମ ହେବ କି ନା, ଟିକେଟରେ ଥିବା କୋଡ ଦେଖି ନିଜେ କରିପାରିବେ ଚେକ୍‌

ନୂଆଦିଲ୍ଲୀ,୨୮।୧୦: ଦୀପାବଳି ସମୟରେ ପ୍ରାୟ ସବୁ ଟ୍ରେନରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହୋଇଥାଏ। ବିଶେଷକରି ଉତ୍ତର ପ୍ରଦେଶ-ବିହାର ଯାଉଥିବା ଟ୍ରେନରେ କନଫର୍ମ ଟିକେଟ ପାଇବା କଷ୍ଟକର...

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ...

ବିମାନ ପରେ ଏବେ ମନ୍ଦିରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ତିରୁପତି,୨୮।୧୦: ତିରୁପତିସ୍ଥିତ ଇସ୍କନ ମନ୍ଦିରକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିଛି। ରବିବାର ଇମେଲ ମାଧ୍ୟମରେ ଏହି ଧମକ ଗ୍ରହଣ କରାଯାଇଥିଲା। ମନ୍ଦିର ପ୍ରଶାସନ ପୋଲିସ...

ପପୁ ଯାଦବଙ୍କୁ ହତ୍ୟା ଧମକ

ପାଟନା,୨୮।୧୦: ବିହାର ପୁର୍ନିଆର ସ୍ବାଧିନ ଏମପି ପପୁ ଯାଦବଙ୍କୁ ହତ୍ୟା ଧମକ ଦିଆଯାଇଛି। ଏମପି ଏହାର ଅଡିଓ ରେକର୍ଡିଂ ମଧ୍ୟ ପ୍ରକାଶ କରିଛନ୍ତି। କୁହାଯାଉଛି ଯେ...

‘ହିଜାବ ନ ପିନ୍ଧିବାରୁ ହେଉଛି ବଳାତ୍କାର, କୋଲକାତାରେ ତ…,’ JMI ଛାତ୍ରୀଙ୍କ ଗୁରୁତର ଅଭିଯୋଗ

ନୂଆଦିଲ୍ଲୀ,୨୮।୧୦: ଦିଲ୍ଲୀ ସ୍ଥିତ ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଅଭିଯୋଗ ହୋଇଛି ଯେ ଜଣେ ଛାତ୍ରୀଙ୍କ ଉପରେ ଇସଲାମ ଧର୍ମ...

ମୋଦିଙ୍କ ରୋଡ ଶୋ’ରେ ସାମିଲ ହେଲେ ସ୍ପେନ ପ୍ରଧାନମନ୍ତ୍ରୀ

ଭଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଗୁଜୁରାଟ ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ରାଜ୍ୟ ତଥା ଦେଶକୁ କୋଟି କୋଟି ଟଙ୍କା ମୂଲ୍ୟର ଉପହାର ଦେବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri