କନ୍ଧମାଳରେ ମଦ ମୃତ୍ୟୁ ଭୟ: କାର୍ଯ୍ୟନୁଷ୍ଠାନ ନେବାକୁ ମହିଳାଙ୍କ ଦାବି

ବ୍ରାହ୍ମଣୀଗାଁ,୨୨।୮(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଅଞ୍ଚଳରେ ଦିନକୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଉଛି । ବର୍ଷ ବର୍ଷ ଧରି ଅବାଧରେ ଚୋରା ମଦ କାରବାର ଚାଳିଥିବା ବେଳେ ଅସହାୟ ଗରିବଙ୍କ ଏଥିରେ ଧନ, ଜୀବନ ହାନି ହେଉଛି। ବିଶେଷ କରି ଯୁବ ଛାତ୍ରମାନେ ପ୍ରଭାବିତ ହେଉଥିବା ନେଇ ପୂର୍ବରୁ ମହିଳା ସ୍ବୟଂ ସହାୟକ ଗୋଷ୍ଠି ପକ୍ଷରୁ କାନ୍ଧମାଳ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇ ତୁରନ୍ତ ମଦ କାରବାର ଉପରେ ରୋକ୍‌ ଲଗାଇବାକୁ ଦାବି କରାଯାଇଥିଲା।

ଗୁରୁବାର ପୁଣି ମହିଳାମାନେ ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚିରଞ୍ଜିବି ବେହେରାଙ୍କୁ ଭେଟି ଘଟଣା ସମ୍ପର୍କରେ ଲିଖିତ ଭାବେ ଜଣାଇଛନ୍ତି। ଛାତ୍ର ସମାଜ ନିଶାସକ୍ତ ହେଉଥିବା ବେଳେ ଏନେଇ ପରିବାର ଲୋକେ ଚିନ୍ତାରେ ରହୁଛନ୍ତି। ହେଲେ ଏଥିପ୍ରତି ପ୍ରତି ସରକାରଙ୍କ କୌଣସି ଦୃଷ୍ଟି ପଡୁ ନ ଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ଏପରିକି ଅବକାରୀ ବିଭାଗ ସମ୍ପୃକ୍ତ ଅଞ୍ଚଳରେ କେବେ ପାଦ ପକାଉ ନ ଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।

କାଟିଙ୍ଗିଆ ପଞ୍ଚାୟତ ମାତୃ ସଂଘର ସମସ୍ତ ମହିଳା ଅଞ୍ଚଳରେ ଚାଲିଥିବା ମଦ କାରବାରକୁ ନେଇ ଚିନ୍ତା ପ୍ରକଟ କରିବା ସହ ପଡୋଶୀ ଗଞ୍ଜାମ ଜିଲାରେ ହୋଇଥିବା ମଦମୃତ୍ୟୁ ଭଳି କନ୍ଧମାଳରେ ମଧ୍ୟ ଘଟିପାରେ ବୋଲି କହିଛନ୍ତି।

ଆଗାମୀ ଦିନରେ ପୋଲିସ କିମ୍ବା ସମ୍ପୃକ୍ତ ବିଭାଗ ପକ୍ଷରୁ କୌଣସି ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆ ନ ଯାଏ ତେବେ ମହିଳାମାନେ ରାଜରାସ୍ତାକୁ ଆସି ବିକ୍ଷୋଭ ପ୍ରଦର୍ଶନ କରିବେ ବୋଲି ଚେତାବନୀ ଦେଇଛନ୍ତି। ପୋଲିସ ଅଭିଯୋଗ ପତ୍ର ପାଇବା ପରେ ଘଟଣାକୁ ଗୁରୁତର ଭାବେ ନେଇଛି। ତୁରନ୍ତ ଚୋରା ମଦ କାରବାର କରୁଥିବା ଲୋକଙ୍କୁ ଗିରଫ କରି ଆଇନ ଅନୁଯାୟୀ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନା ଅଧିକାରୀ ବେହେରାଙ୍କୁ କହିଛନ୍ତି। ଅଭିଯୋଗ ପତ୍ର ଦେବାବେଳେ କାଟିଙ୍ଗିଆ ସରପଞ୍ଚ ସୁଭଦ୍ରା ମଲିକ ଓ ଅନ୍ୟ ସଭାନେତ୍ରୀ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri