Posted inଜାତୀୟ

ଏୟାର ଇଣ୍ଡିଆ ବିମାନରେ ପରିଚାଳନା ନିର୍ଦ୍ଦେଶକଙ୍କ ଉପରେ ପରିଶ୍ରା କରିଦେଲେ ମଦ୍ୟପ ବ୍ୟକ୍ତି

ନୂଆଦିଲ୍ଲୀ,୯।୪: ଦିଲ୍ଲୀରୁ ବ୍ୟାଙ୍ଗକକ୍ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନରେ ଜଣେ ଭାରତୀୟ ମଦ୍ୟପ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିଶ୍ରା କରିଦେଇଥିବା ଜଣାପଡିଛି। ଏୟାର ଇଣ୍ଡିଆ ପକ୍ଷରୁ ଏକ ସ୍ପଷ୍ଟୀକରଣ ଜାରି କରି ଏହି ଘଟଣାକୁ ନିଶ୍ଚିତ କରାଯାଇଥିଲେ ମଧ୍ୟ ଘଟଣା ବିଷୟରେ ସମ୍ପୂର୍ଣ୍ଣ ସୂଚନା ଦିଆଯାଇନାହିଁ।

ସୂତ୍ର ଅନୁସାରେ, ବିମାନ AI 2336 ରେ ଥିବା ଯାତ୍ରୀ ମଦ୍ୟପାନ କରି ଏକ କମ୍ପାନୀର ପରିଚାଳନା ନିର୍ଦ୍ଦେଶକଙ୍କ ଉପରେ ପରିସ୍ରା କରିଥିଲେ। ଏହି ଘଟଣା ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ କରାଯାଇଛି ଏବଂ ଏୟାର ଇଣ୍ଡିଆ ବ୍ୟାଙ୍ଗକକରେ “ପୀଡିତ ଯାତ୍ରୀ”ଙ୍କୁ ସାହାଯ୍ୟ କରିବାକୁ ପ୍ରସ୍ତାବ ଦେଇଛି, ଏବଂ ଏଭଳି ଆଚରଣ କରିଥିରେବ ଯାତ୍ରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ।

ଘଟଣାର ସୂଚନା ନେଇ, ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ କିଞ୍ଜାରାପୁ ଗଣମାଧ୍ୟମକୁ କହିଛନ୍ତି ଯେ ଅଧିକାରୀମାନେ ବିମାନ କମ୍ପାନୀ ସହିତ କଥା ହେବେ।

“ଯେତେବେଳେ ଏହି ପ୍ରକାରର ଘଟଣା ଘଟେ, ମନ୍ତ୍ରଣାଳୟ ସେମାନଙ୍କ ଉପରେ ନଜର ରଖେ। ସେମାନେ ବିମାନ କମ୍ପାନୀ ସହିତ କଥା ହେବେ, ଏବଂ ଯଦି କୌଣସି ଭୁଲ୍ ହୁଏ, ତେବେ ଆମେ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ,” କିଞ୍ଜାରାପୁ କହିଛନ୍ତି। ତେବେ ଏୟାର ଇଣ୍ଡିଆ ବିବୃତ୍ତିରେ କହିଛି ଯେ କ୍ରୁ ସମସ୍ତ ନିର୍ଦ୍ଧାରିତ ପ୍ରକ୍ରିୟା ଅନୁସରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri