ରାସ୍ତା ଦୁରାବସ୍ଥା ଯୋଗୁ ବାଟରେ ଫସିଲା, ଖଟିଆରେ ବୋହି ଆମ୍ବୁଲାନ୍ସ ଯାଏ ରୋଗୀଙ୍କୁ ଆଣିଲେ

ମନମୁଣ୍ଡା,୨୮।୯ (ଡି.ଏନ.ଏ.)  ରୋଗୀକୁ ଆଣିବାକୁ ଯାଇଥିବା ଏକ ଆମ୍ବୁଲାନ୍ସ ରାସ୍ତା ଦୁରାବସ୍ଥା ଯୋଗୁ ବାଟରେ ଫସିଗଲା ା ଫଳରେ ରୋଗୀକୁ ସମ୍ପର୍କୀୟମାନେ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିବାକୁ ପଡିଲା । ଏପରି ଘଟଣା ଦେଖିତ୍ବାକୁ ମିଳିଛି ବୌଦ୍ଧ ଜିଲା ମନମୁଣ୍ଡା ଥାନା ବିଲାସପୁର ପଞ୍ଚାୟତ ଟିଲାଟିଙ୍ଗା ଗ୍ରାମରେ। ରବିବାର ସକାଳେ ଉକ୍ତ ଗ୍ରାମର ଦଳିତ ସାହିର ଜଣେ ବ୍ୟକ୍ତି କୌଣସି ରୋଗରେ ଗୁରୁତର ହୋଇ ପଡିବାରୁ ୧୦୮ ଆମ୍ବୁଲାନ୍ସ ତାଙ୍କୁ ଆଣିବାକୁ ଯାଇଥିଲା । ବିଲାସପୁର ପଟରୁ ରାସ୍ତା ଖରାପ ଥିବାରୁ ଏନଏଚ- ୫୭ ଦେଇ ମସିଣାପଡା, ଜାମପାଲି ଗ୍ରାମ ଦେଇ ଆମ୍ବୁଲାନ୍ସ ସେଠାକୁ ଯାଇଥିଲା । ଟିଲାଟିଙ୍ଗା ପହଞ୍ଚତ୍ବାକୁ ପ୍ରାୟ ୧କି.ମି. ବାଟ ଥିବା ବେଳେ ରାସ୍ତାରେ ହଠାତ୍‌ ଆମ୍ବୁଲାନ୍ସଟି ଦବି ଯାଇ ଫସି ଯାଇଥିଲା । ଗ୍ରାମବାସୀ ୧ ଘଣ୍ଟା ଧରି ଠେଲାଠେଲି କରି ଆମ୍ବୁଲାନ୍ସକୁ ବାହାର କରିଥିଲେ । ଆଗକୁ ଗଲେ ପୁନର୍ବାର ଫସିବାର ଆଶଙ୍କା କରି ଗ୍ରାମବାସୀ ଓ ସମ୍ପର୍କୀୟ ରୋଗୀକୁ ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଆଣିଥିଲେ। ଉକ୍ତ ରାସ୍ତାର ଶୋଚନୀୟ ଅବସ୍ଥା ନେଇ ଅଞ୍ଚଳବାସୀ ବହୁବାର ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ହେଁ କୌଣସି ପ୍ରତିକାର କରାଯାଉ ନ ଥିବାରୁ ଅସନ୍ତୋଷ ବଢିବାରେ ଲାଗିଛି ା


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri