ରାସ୍ତା ନ ଥିବା ଗାଁ ଡୁମୁରିଗୁଡ଼ା

ଦଶମନ୍ତପୁର,୨୨ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗାଦିଆଗୁଡ଼ା ପଞ୍ଚାୟତରେ ଥିବା ଡୁମୁରିଗୁଡ଼ା ଗ୍ରାମକୁ ଯିବା ପାଇଁ ରାସ୍ତା ନାହିଁ। ଏହି ଗ୍ରାମରେ ଆଦିବାସୀ ସମ୍ପ୍ରଦାୟର ୪୫ ପରିବାର ବସବାସ କରନ୍ତି। ଏମାନଙ୍କ ମୁଖ୍ୟ ଜୀବିକା ହେଲା ପୋଡୁଚାଷ । ଗ୍ରାମରେ କୌଣସି କାମଧନ୍ଦା ନ ମିଳିବାରୁ ବାଧ୍ୟ ହୋଇ କେତେଜଣ ବ୍ୟକ୍ତି ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଛନ୍ତି । ଗ୍ରାମରେ ସରକାରଙ୍କ ପ୍ରତ୍ୟେକ ଯୋଜନା ଅପହଞ୍ଚ ହୋଇ ରହିଛି। ରାସ୍ତା ନିର୍ମାଣରେ ପାହାଡ଼ ବାଧକ ସାଜିଛି। ଗ୍ରାମକୁ ଯେଉଁଆଡୁ ଗଲେ ପଡୁଛି ପାହାଡ଼ ଓ ନଦୀ। ଗ୍ରାମର ପୂର୍ବରେ ବିଜାଦାମକା ପର୍ବତ, ପଶ୍ଚିମରେ ଅଣ୍ଡ୍ରଗହଣି ପାହାଡ଼, ଉତ୍ତରରେ କରଡ଼ି ପାହାଡ଼ ଏବଂ ଦକ୍ଷିଣରେ ରହିଛି ଟିପରି ବାଲିଦାମକା ପାହାଡ଼। ଏହି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟଠାରୁ ୩ କି.ମି. ଦୂର ହୋଇଥିବା ବେଳେ ବ୍ଲକ କାର୍ଯ୍ୟାଳୟଠାରୁ ୧୫ କି.ମି. ଦୂର। ପୋଡ଼ାଗଡ଼ ପଞ୍ଚାୟତ ସାପ୍ତାହିକ ହାଟକୁ ଯିବାକୁ ହେଲେ ଗ୍ରାମବାସୀଙ୍କୁ ବିଲାନସିଲ ଛକ ଦେଇ ଯିବାକୁ ପଡ଼େ। କଟିଆ ମଶାଣି ନଦୀ ପାରହେବାକୁ ମଧ୍ୟ ପଡିଥାଏ। ବୋଲି ଗ୍ରାମର ସୁବାଇ ସାଉଁନ୍ତା, ଧନାଇ ସାଉଁନ୍ତା, ନରସିଂହ ସାଉଁନ୍ତା, ମାଳତି ସାଉଁନ୍ତା, କୁଶ ସାଉଁନ୍ତା, ନାରଙ୍ଗ ସାଉଁନ୍ତା, ୱାଲସୀ ସାଉଁନ୍ତା, ସନା ସାଉଁନ୍ତା, ମନ ସାଉଁନ୍ତା, କମଳା ସାଉଁନ୍ତା, ନିର ସାଉଁନ୍ତା, ଅଭି ସାଉଁନ୍ତା, ଦାନ ସାଉଁନ୍ତା, ଗୁରୁନାଥ ସାଉଁନ୍ତା କହିଛନ୍ତି। ଗ୍ରାମରେ କେହି ରୋଗରେ ପଡିଲେ କିମ୍ବା ଗର୍ଭବତୀଙ୍କୁ ଚିକିତ୍ସାଳୟକୁ ନେବାକୁ ଭାର ଓ କାଉଡି ଭରସା। ଏଥିରେ ବୋହି ଗ୍ରାମବସୀ ରୋଗୀଙ୍କୁ ନେଇଥାନ୍ତି। ଗ୍ରାମ ୨ପାର୍ଶ୍ୱକୁ ସଂଯୋଗ କରୁଥିବା ଗୋଟିଏ ନଦୀ ଏବଂ ୨ଟି ଝୋଲାରେ ପୋଲ ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ପ୍ରଶସନ ଏଥିପ୍ରତି ଦୃଷ୍ଟିଦେବାକୁ ସାଧାରଣରେ ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶରଣକୁଳ ଥାନା ଏସ୍‌ଆଇଙ୍କୁ ଧରିଲା ଭିଜିଲାନ୍ସ: ମାମଲାରେ ସହଯୋଗ ପାଇଁ ଲାନେଉଥିଲେ…

ଭୁବନେଶ୍ୱର,୧୬।୪(ସତ୍ୟଜିତ୍‌ ରାଉତ): ଏକ ଆପରାଧିକ ମାମଲାରେ ସହଯୋଗ କରିବା ପାଇଁ ବିଚାରବିଭାଗୀୟ ହାଜତରେ ଥିବା ଜଣେ ଅଭିଯୁକ୍ତଙ୍କ ଝିଅଙ୍କଠୁ ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ...

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଢେଙ୍କାନାଳ,୧୬।୪(ରତନ ନାୟାର): ଢେଙ୍କାନାଳ ଜିଲା ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ...

ବିଭିନ୍ନ ଦାବି ନେଇ କଂଗ୍ରେସର ମଶାଲ ଶୋଭାଯାତ୍ରା

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ):ସୋରଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୋରଡ଼ା ଏବଂ ବେଲଗୁଣ୍ଠାରେ କଂଗ୍ରେସ ପକ୍ଷରୁ ମଙ୍ଗଳବାର ରାତିରେ ମଶାଲ ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା। ନାରୀ ସୁରକ୍ଷା ଓ...

SHG ମହିଳାଙ୍କ ପାଇଁ ଖୁସି ଖବର: ବିନା ସୁଧରେ ସରକାର ଦେବେ ୧୦ ଲକ୍ଷ ଟଙ୍କା ଋଣ

ଭୁବନେଶ୍ୱର, ୧୫ା୪(ସୁନିତ୍‌ ମିଶ୍ର):ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି)ଗୁଡ଼ିକ ପାଇଁ ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ରାଜ୍ୟ ସରକାର ଜାରି ରଖିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ...

ଡ୍ରେନକୁ ଜାମ କଲା ଅଳିଆ ଆବର୍ଜନା: ନାକ ଟେକିଲେ ପର୍ଯ୍ୟଟକ

ଦାରିଙ୍ଗବାଡି,୧୬/୪ (ଅରୁଣ ସାହୁ)-ଦାରିଙ୍ଗବାଡି ଏବେ ଅଳିଆ ଆବର୍ଜନା ଆଉ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି। ପର୍ଯ୍ୟଟକ ଆଉ ଦାରିଙ୍ଗବାଡିକୁ ନା କହିବା ଆରମ୍ଭ କଲେଣି ।...

ଆଜି ଝଡ଼ବର୍ଷା: ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା

ଭୁବନେଶ୍ୱର,୧୬ା୪(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାବେଳେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷାର ପ୍ରଭାବ ରହିବ। ବୁଧବାର ମୟୂରଭଞ୍ଜ,...

୧୦ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ

ବାଲେଶ୍ୱର, ୧୬।୪(ବାଞ୍ଛାନିଧି ଦେ):ଦୀର୍ଘ ୧୦ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ। ପୁଅକୁ ପାଇ ଭାବବିହ୍ବଳ ହୋଇପଡ଼ିଲେ ମା’। ବହୁ ସଂଘର୍ଷ ପରେ ସେ ତାଙ୍କ...

ମନେପଡ଼ିଲେ ଦେହ ଥରୁଛି: ୧୯୭୮ ଏପ୍ରିଲ ୧୬ ଘୂର୍ଣ୍ଣିଝଡ଼ ବିଭୀଷିକା

ଆନନ୍ଦପୁର,୧୬ା୪(ସୁଶାନ୍ତ କୁମାର ସାହୁ):ସେଦିନ ଥିଲା ଏପ୍ରିଲ ୧୬। ଅପରାହ୍ନ ସମୟରେ ହଠାତ୍‌ କଳାବାଦଲ ଆକାଶରେ ଘୋଟିଆସିଥିଲା। କେହି କିଛି ବୁଝିବା ପୂର୍ବରୁ ଚାହୁଁ ଚାହୁଁ ପ୍ରଳୟଙ୍କାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image