ରଥଯାତ୍ରାରେ ପ୍ରବଳ ବର୍ଷା, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୫।୭: ବର୍ଷାରେ ଭିଜିବେ ମହାପ୍ରଭୁ ଜଗନ୍ନାଥ। ରଥଯାତ୍ରାରେ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶ୍ରୀକ୍ଷେତ୍ର ପରି ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଉ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ ଓ ଘଡଘଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡକ୍ଟର ମନୋରମା ମହାନ୍ତିଙ୍କ ସୂଚନାନୁସାରେ, ଶନିବାର ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ ଓ ମାଲକାନଗିରି ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର କନ୍ଧମାଳ, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ, ନୟାଗ ଗଜପତି, ରାୟଗଡା ଓ କଳାହାଣ୍ଡି ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖ ଅର୍ଥାତ ମୟୂରଭଞ୍ଜ,କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଓ ଝାରସୁଗୁଡା ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।