ଗୁଆହାଟୀ, ଆସାମର ଗୁଆହାଟୀରେ ସୋମବାର ଅପରାହ୍ନ ୪.୫୨ରେ ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୭ ରେକର୍ଡ କରାଯାଇଥିବା ବେଳେ ଏହାର ଗଭୀରତା ୧୦ କିଲୋମିଟର ଥିବା ଭାରତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଗୁଆହାଟୀର ୨୧ କିଲୋମିଟର ପଶ୍ଚିମ-ଉତ୍ତର-ପଶ୍ଚିମ ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା। ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।