ଜୟପୁର,୧୮।୨: ରାଜସ୍ଥାନର ରାଜଧାନୀ ଜୟପୁରରେ ଶୁକ୍ରବାର ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୮ରେ ରେକର୍ଡ କରାଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ୮ଟା୧ ମିନିଟ୍ରେ ଜୟପୁରର ସିକର ଓ ଫତେହପୁରରେ ମୃଦୁ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଲୋକମାନେ ପ୍ରାୟ ୩ ସେକେଣ୍ଡ ପର୍ଯ୍ୟନ୍ତ ଏହି ଭୂକମ୍ପର କମ୍ପନ ଅନୁଭବ କରିଥିଲେ। ଭୂକମ୍ପର କେନ୍ଦ୍ରସ୍ଥଳ ଜୟପୁରରୁ ୯୨ କିଲୋମିଟର ଦୂର ଉତ୍ତର-ପଶ୍ଚିମରେ ରହିଥିଲା ବୋଲି ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।