ସିମଲା,୨୩।୨: ହିମାଚଳ ପ୍ରଦେଶରେ ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। କିନ୍ନୌର ଜିଲାରେ ବୁଧବାର ସକାଳ ୯.୫୮ଟାରେ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି। ନ୍ୟାସନାଲ ସେଣ୍ଟର ଫର ସେସ୍ମୋଲୋଜି ସୂଚନା ଅନୁଯାୟୀ ରିକ୍ଟର ସ୍କେଲରେ ଭୂକମ୍ପର ମାତ୍ରା ୪.୦ ତୀବ୍ରତା ରେକର୍ଡ କରାଯାଇଛି। ତେବେ ଭୂକମ୍ପ ଯୋଗୁ କୌଣସି କ୍ଷୟକ୍ଷତି ହେବାର ସୂଚନା ନାହିଁ।