ପୋର୍ଟ ମୋରେସୱି,୧୪।୩: ତୁର୍କୀ ଏବଂ ସିରିଆରେ ଭୟଙ୍କର ଭୂକମ୍ପ ପରେ ଏବେ ପପୁଆ ନ୍ୟୁ ଗିନିରେ ଭୟଙ୍କର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରେକର୍ଡ କରାଯାଇଛି। ତେବେ ଏହି ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତିର ସୂଚନା ମିଳିପାରିନାହିଁ। ଏହାପୂର୍ବରୁ ମାର୍ଚ୍ଚ ୧ ରେ ନ୍ୟୁ ଗିନିରେ ୬.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ହୋଇଥିଲା।