ପୂର୍ବତଟ ରେଳପଥର ସର୍ବୋଚ୍ଚ ପଣ୍ୟ ପରିବହନ

ଭୁବନେଶ୍ୱର,୨୪।୧(ଅନୁରାଧା ମହାରଣା): ପୂର୍ବ ରେକର୍ଡକୁ ଅତିକ୍ରମକରି ସର୍ବୋଚ୍ଚ ପଣ୍ୟ ପରିବହନ କରିବାରେ ପୂର୍ବତଟ ରେଳପଥ ନୂଆ ରେକର୍ଡ କରିଛି। ୨୦୨୩-୨୪ ଆର୍ଥିକ ବର୍ଷରେ ମାଲ ପରିବହନରେ ଭାରତୀୟ ରେଳର ସମସ୍ତ ରେକର୍ଡକୁ ପୂର୍ବତଟ ରେଳପଥ ଅତିକ୍ରମ କରିଛି। ୨୦୨୩ ଏପ୍ରିଲ ୧ରୁ ୨୦୨୪ ଜାନୁୟାରୀ ୨୨ ପର୍ଯ୍ୟନ୍ତ ୨୯୫ ଦିନରେ ଏହି ରେଳପଥ ୨୦୨.୧୧୧ ନିୟୁତ ଟନ୍‌ ପଣ୍ୟ ପରିବହନ କରିଛି। ଏହା ଗତ ଆର୍ଥିକ ବର୍ଷରେ ଅର୍ଥାତ୍‌ ୨୦୨୨-୨୩ ଆର୍ଥିକ ବର୍ଷରେ ସମାନ ସମୟ ମଧ୍ୟରେ ୧୯୧.୩୯ ନିୟୁତ ଟନ୍‌ ସର୍ବାଧିକ ମାଲ ଲୋଡିଂର ପୂର୍ବ ରେକର୍ଡକୁ ଭଙ୍ଗ କରିଛି। ଫଳରେ ଗତ ଆର୍ଥିକ ବର୍ଷ ତୁଳନାରେ ୫.୬ ପ୍ରତିଶତ ପରିବହନ ବୃଦ୍ଧି ହୋଇଥିବା ରେକର୍ଡଭୁକ୍ତ ହୋଇଛି। ଏହାଦ୍ୱାରା ପୂର୍ବତଟ ରେଳପଥ କ୍ରମାଗତ ଭାବେ ପଞ୍ଚମ ଥର ପାଇଁ ୨୦୦ ନିୟୁତ ଟନ୍‌ ପଣ୍ୟ ବୋଝେଇର ମାଇଲଖୁଣ୍ଟ ଅତିକ୍ରମ କରିବାରେ ପ୍ରଥମ ରେଳ ଜୋନ୍‌ ଭାବେ ଧାରା ବଜାୟ ରଖିଛି। ପୂର୍ବତଟ ରେଳପଥର ତିନୋଟି ରେଳ ମଣ୍ଡଳ ଦ୍ୱାରା ଏହା ସମ୍ଭବ ହୋଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ପୂର୍ବତଟ ରେଳପଥ ୧୨୧.୭୪୭ ନିୟୁତ ଟନ କୋଇଲା, ୧୦.୬୫ନିୟୁତ ଟନର କଞ୍ଚାମାଲ ଇସ୍ପାତ କାରଖାନାକୁ, ୧୬.୩୯୮ ନିୟୁତ ଟନ୍‌ ପିଗ୍‌ ଆଇରନ ଏବଂ ଉତ୍ପାଦ ଇସ୍ପାତ, ୨୪.୦୧୮ ନିୟୁତ ଟନ୍‌ ଲୁହାପଥର, ୧.୧୯୨ ନିୟୁତ ଟନ୍‌ ସିମେଣ୍ଟ, ୨.୪୧୫ ନିୟୁତ ଟନ୍‌ର ଖାଦ୍ୟଶସ୍ୟ, ୫.୨୩୫ ନିୟୁତ ଟନ୍‌ ସାର, ୨.୪୨୫ ନିୟୁତ ଟନ୍‌ ଖଣିଜ ତେଲ, କଣ୍ଟେନରରେ ୩.୭୭୪ ନିୟୁତ ଟନ୍‌ ମାଲ ପରିବହନ ଏବଂ ୧୪.୩୫୮ ନିୟୁତ ଟନ୍‌ର ଅନ୍ୟାନ୍ୟ ସାମଗ୍ରୀ ପରିବହନ କରିଛି। ଏହି ପଣ୍ୟ ପରିବହନ ବାବଦରେ ପ୍ରାୟ ୨୦୫୫୧.୯ କୋଟି ଟଙ୍କା ଆୟ କରାଯାଇପାରିଛି। ଗତ ବର୍ଷ ତୁଳନାରେ ଏହି ଆୟ ୪.୨୬ ପ୍ରତିଶତ ବୃଦ୍ଧି ହୋଇଛି। ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା କହିଛନ୍ତି, ସକାରାତ୍ମକ ମନୋଭାବ ଏବଂ ନିରନ୍ତର କଠିନ ପରିଶ୍ରମ ପୂର୍ବତଟ ରେଳପଥକୁ କଠିନ ମାଇଲଖୁଣ୍ଟ ଅତିକ୍ରମ କରିବା ପାଇଁ ସହାୟକ ହୋଇପାରିଛି। ସୂଚନା ଥାଉକି, ୨୦୧୯-୨୦ ଆର୍ଥିକ ବର୍ଷରେ ସମପରିମାଣର ପଣ୍ୟ ପରିବହନ ପାଇଁ ୩୬୬ ଦିନ ଲାଗିଥିବାବେଳେ ୨୦୨୦-୨୧ରେ ୩୬୦ ଦିନ, ୨୦୨୧-୨୨ରେ ୩୨୦ ଦିନ ଏବଂ ୨୦୨୨-୨୩ ଆର୍ଥିକ ବର୍ଷରେ ୩୧୦ ଦିନ ସମୟ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri