ଛତ୍ରପୁର,୧୨।୩(ଦିଲ୍ଲୀପ ସାମଲ): ଓଡିଶା ଜୀବିକା ମିଶନ ଓ ମିଶନ ଶକ୍ତି ଅଧିନରେ କାର୍ଯ୍ୟରତ ଇସି ସଦସ୍ୟଙ୍କ ରିଷ୍ଟ୍ରକଚରିଙ୍ଗ୍ ବନ୍ଦ କରାଯିବା, ଓଡିଶା ଜୀବିକା ମିଶନ ଓ ମିଶନ ଶକ୍ତିରେ କାର୍ଯ୍ୟ ରତ ଇସି ସଦସ୍ୟଙ୍କୁ ସ୍ଥାୟୀ ନିଯୁକ୍ତି ପ୍ରଦାନ କରାଯିବା, ବକେୟା ଭତ୍ତା ପ୍ରଦାନ କରାଯିବା, ମିଶନ ଶକ୍ତି ଏବଂ ଜୀବିକା ମିଶନରେ କାର୍ଯ୍ୟରତ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ୫ ବର୍ଷୀୟା ଚୁକ୍ତି ବାତିଲ କରି ସ୍ଥାୟୀ ନିଯୁକ୍ତି ପ୍ରଦାନ କରାଯିବା, ମିଶନ ଶକ୍ତି ବିଭାଗ ରାଜ୍ୟର ସମସ୍ତ ମହିଳାଙ୍କ ଜୀବିକା ଅର୍ଜନର ରାହାକୁ ସୁନିଶ୍ଚିତ କରାଯିବା, ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ପ୍ରତ୍ୟକ ସଦସ୍ୟଙ୍କୁ ମାସିକ ୧ ହଜାର ଟଙ୍କା ହାରରେ ମହିଳା ସଶକ୍ତିକରଣ ଭତ୍ତା ନିୟମିତ ପ୍ରଦାନ ବ୍ୟବସ୍ଥା କରାଯିବା ସମେତ ବିଭିନ୍ନ ଦାବି ନେଇ ନିଖିଳ ଓଡିଶା ଜୀବିକା ମିଶନ ଇସି ସଙ୍ଘ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ଦାବିପତ୍ର ଛତ୍ରପୁର ବିଡ଼ିଓଙ୍କ ଜରିଆରେ ପ୍ରଦାନ କରାଯାଇଛି l ଉକ୍ତ ଦାବି ଗୁଡିକ ପୂରଣ ନ ହେଲେ ଆଗାମୀ ଦିନରେ ଏକ ବଡ଼ ଧରଣର ଆନ୍ଦୋଳନ କରାଯିବ ବୋଲି ସଙ୍ଘ ପକ୍ଷରୁ ଚେତାବନୀ ଦିଆଯାଇଛି l