Categories: ଜାତୀୟ

୨୬ ଘଣ୍ଟାର ପଚରାଉଚରା ପରେ ମମତାଙ୍କ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଗିରଫ

କୋଲକାତା,୨୩।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମମତା ବାନାର୍ଜୀଙ୍କ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଗିରଫ କରିଛି। ଏଥିସହ ତାଙ୍କ ଘନିଷ୍ଠ ବନ୍ଧୁ ଅର୍ପିତା ମୁର୍ଖାଜୀଙ୍କୁ ମଧ୍ୟ ଇଡି ଗିରଫ କରିଛି। ଶିକ୍ଷକ ନିଯୁକ୍ତି ଦୁର୍ନିତୀ ମାମଲାରେ ଚଢ଼ାଉ କରି ୨୬ଘଣ୍ଟାର ପଚରାଉଚରା ପରେ ଚାଟାର୍ଜୀଙ୍କୁ ଗିରଫ କରାଯାଇଥିଲା। ଅନ୍ୟପଟେ ଇଡି ତାଙ୍କ ଘନିଷ୍ଠ ବନ୍ଧୁମାନଙ୍କଠାରୁ ନଗଦ ଟଙ୍କା ଏବଂ କୋଟି ମୂଲ୍ୟର ସୁନା ଅଳଙ୍କାର ଜବତ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାରଠାରୁ ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ମନ୍ତ୍ରୀଙ୍କ ଉପରେ ଇଡି ପକ୍ଷରୁ ଚଢ଼ାଉ ଆରମ୍ଭ କରାଯାଇଥିଲା। ଏବେ ମଧ୍ୟ ଏହି ଚଢ଼ାଉ ଜାରି ରହିଥିବା ସୂଚନା ମିଳିଛି। ପାର୍ଥ ଚାଟାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଅର୍ପିତାଙ୍କ ଘରୁ ଇଡି ୨୦ କୋଟିରୁ ଅଧିକ ଟଙ୍କା ଜବତ କରିଛି। ମମତା ବାନାର୍ଜୀଙ୍କ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଗତ କିଛି ଘଣ୍ଟା ଧରି ଇଡି ପଚରାଉଚରା କରିଥିଲା। ଯେଉଁଥିରେ ଇଡି ତାଙ୍କୁ ଅନେକ ପ୍ରଶ୍ନ ପଚାରିଥିଲେ, ଯାହା ମନ୍ତ୍ରୀ ଉତ୍ତର ଦେଇପାରି ନ ଥିଲେ। ଏହାପରେ ତାଙ୍କୁ ଗିରଫ କରାଯାଇଛି। ଏହି ମାମଲାରେ ଆଉ କିଛି ଲୋକଙ୍କୁ ଗିରଫ କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି।

Share