Posted inUncategorized

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଇଡି ନିର୍ଦ୍ଦେଶକ

ଭୁବନେଶ୍ୱର,୨୭।୮(ସତ୍ୟଜିତ୍‌ ରାଉତ):ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିର୍ଦ୍ଦେଶକ ରାହୁଲ ନବୀନ। ଅଗଷ୍ଟ ୨୭ରୁ ୨୯ତାରିଖ ଯାଏ ସେ ଓଡ଼ିଶାରେ ରହିବାର କାର୍ଯ୍ୟକ୍ରମ ରହିଛି। ରାହୁଲ ମଙ୍ଗଳବାର ସା ୭ଟା ୫୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବେ। ସେଠାରୁ ସେ ସିଧାସଳଖ ପୁରୀ ମେ ଫେୟାର ହୋଟେଲକୁ ଯାଇ ରାତ୍ରିଯାପନ କରିବେ। ପରେ ବୁଧବାର ସକାଳ ୮ଟା ୩୦ରେ ରାହୁଲ କଟକ ଯାଇ ଏକ ବୈଠକରେ ଯୋଗ ଦେବେ। ଅପରାହ୍ନରେ ସେ କଟକରୁ ପୁରୀ ଫେରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସା ଦର୍ଶନ କରିବାର କାର୍ଯ୍ୟସୂଚୀ ରହିଛି। ଗୁରୁବାର ସକାଳ ୯ଟା ୩୦ରେ ସେ ପୁରୀରୁ ଭୁବନେଶ୍ୱର ଆସି ଆଞ୍ଚଳିକ ଇଡି ଅଫିସକୁ ଯିବେ। ଅପରାହ୍ନ ୩ଟାରେ ବିମାନବନ୍ଦରକୁ ଯାଇ ପ୍ରସ୍ଥାନ କରିବାର କାର୍ଯ୍ୟସୂଚୀ ରହିଛି। ତେବେ ଇଡି ନିର୍ଦ୍ଦେଶକଙ୍କ ହଠାତ୍‌ ଓଡ଼ିଶା ଗସ୍ତକୁ ନେଇ ଚାରିଆଡ଼େ ଚର୍ଚ୍ଚା ସୃଷ୍ଟି ହୋଇଛି। ଏହି ସମୟରେ ରାହୁଲ ଏକାଧିକ ପୁରୁଣା ମାମଲା ଖୋଲିବା ଏବଂ ନୂଆ ମାମଲା ରୁଜୁ ସମ୍ପର୍କରେ ଇଡି ଅଧିକାରୀମାନଙ୍କ ସହ ଆଲୋଚନା କରିବେ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ପୂର୍ବରୁ ମିଶୋରେ ୮.୫ ଲକ୍ଷ ନୂଆ ନିଯୁକ୍ତି

ଭୁବନେଶ୍ୱର,୭।୯ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ପାର୍ବଣ ପୂର୍ବରୁ ମିଶୋ ପ୍ରାୟ ୮.୫ ଲକ୍ଷ ନୂଆ ନିଯୁକ୍ତି (ଋତୁକାଳୀନ ଚାକିରି) ଦେବ...

ହୋଟେଲ ବାଥ୍‌ରୁମ୍‌ରେ ମହିଳାଙ୍କ ଭିଡିଓ କରୁଥିଲେ ଇଞ୍ଜିନିୟର, ପଡ଼ିଗଲେ ଧରା

ଭୁବନେଶ୍ୱର,୫ା୯: ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ଏକ ହୋଟେଲ ବାଥ୍‌ରୁମ୍‌ରେ ବୁଧବାର ଜଣେ ମହିଳା ଗାଧୋଉଥିବା ବେଳେ ଏହାର ଭିଡିଓ ଶୁଟ୍‌ କରି ଜଣେ...

ପ୍ୟାରିସ୍‌ ପାରାଲିମ୍ପିକ୍ସ: ଫାଇନାଲରେ ନୀତେଶ କୁମାର,ପଦକ ପକ୍କା କଲେ ମନୀଷା-ତୁଳସୀମତି

ପ୍ୟାରିସ୍‌,୧ା୯: ପ୍ୟାରିସ୍‌ରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୪ରେ ଭାରତୀୟ ପାରା ଶଟଲରଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ରବିବାର ଏସ୍‌ଏଲ୍‌ ୩ ବର୍ଗର ଫାଇନାଲରେ ପ୍ରବେଶ କରିବା...

ନରାକାସ୍‌ ଭୁବନେଶ୍ବରର ୫୬ତମ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୩୦।୮ (ଅଭୟ ଦାଶ): ଦେଶର ପ୍ରମୁଖ ପ୍ରତିଷ୍ଠାନ ତଥା ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି (ନରାକାସ୍‌/ବ୍ୟାଙ୍କ) ଭୁବନେଶ୍ବରର ୫୬ତମ ଅର୍ଦ୍ଧବାର୍ଷିକ ବୈଠକ ଗୁରୁବାର ଭାରତୀୟ ଷ୍ଟେଟ...

ବିଜେଡି ଜିଲା ପରିଷଦ ସଦସ୍ୟାଙ୍କ ନାଁରେ ଏତଲା: ସୁଜାତା ପାଣ୍ଡିଆନଙ୍କ ଭାଇର ପରିଚୟ ଦେଇ…

ମାଲକାନଗିରି,୨୬।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ବିଜେଡି ଜିଲା ପରିଷଦ ସଦସ୍ୟାଙ୍କ ନାଁରେ ଏତଲା । ଜିଲା ପରିଷଦ ସଦସ୍ୟା ସସ୍ମିତା ମାଝୀଙ୍କ ସହ ଅନ୍ୟ ୨ ଜଣଙ୍କ...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର,୨୫।୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ ବାଂଲାଦେଶ ଏବଂ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏନେଇ ପାଣିପାଗ...

ବିରାଟ ଗଛ ପାଇଲା ନୂଆ ରୂପ

ଭର୍ଜିନିଆର ୧୦୦ ଏକରବିଶିଷ୍ଟ ଆର୍ଟ ଆଣ୍ଡ ନେଚର ପାର୍କରେ ଦେଖିବାକୁ ମିଳେ ଏକ ଅଜବ ଦୃଶ୍ୟ। ପ୍ରକୃତି ଓ କଳା କାରିଗରିର ଅଦ୍ଭୁତ ମିଶ୍ରଣ ଥିବା...

ମୁଣ୍ଡରେ ବସିଛି ଚଢ଼େଇ! ଭାଇରାଲ ହେଉଛି…

ଏଇ ଫଟୋଟି ଦେଖି ଭାବୁଛନ୍ତି କି ମହିଳାଙ୍କ ମୁଣ୍ଡ ଉପରେ ଚଢେଇଟିଏ ବସିଛି। ହେଲେ ସେମିତି କିଛି ନୁହେଁ। ମହିଳାଙ୍କ ମୁଣ୍ଡ ଉପରେ ଚଢ଼େଇ ବସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri