Categories: ଜାତୀୟ

ନ୍ୟାଶନାଲ ହେରାଲ୍ଡ କାର୍ଯ୍ୟାଳୟରେ ଇଡିର ଚଢ଼ାଉ

ନୂଆଦିଲ୍ଲୀ,୨।୮: ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମଙ୍ଗଳବାର ଦିଲ୍ଲୀ ଓ କୋଲକାତା ସମେତ ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଦିଲ୍ଲୀ ସ୍ଥିତ ନ୍ୟାଶନାଲ ହେରାଲ୍ଡ କାର୍ଯ୍ୟାଳୟରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। କୁହାଯାଉଛି, ଇଡ଼ି ଅଧିକାରୀମାନେ କାର୍ଯ୍ୟାଳୟର ଚତୃର୍ଥ ମହଲାରେ ଯାଞ୍ଚ କରୁଛନ୍ତି। ଏଠାରେ ନ୍ୟାଶନାଲ ହେରାଲ୍ଡର ପବ୍ଲିକେସନ ଅଫିସ ରହିଛି। ସକାଳ ୧୦ଟାରୁ ଏହି ଚଢ଼ାଉ ଜାରି ରହିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ନିକଟରେ ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଇଡି ପଚରାଉଚରା କରିସାରିଛି।

 

Share