ଶିକ୍ଷାର ବିକାଶ ହେବା ଜରୁରୀ

ଅମରପାଲି, ୧୮।୯(ପୀତାମ୍ବର ସାହୁ):ସାମ୍ପ୍ରତିକ ବିଶ୍ବର ଶିକ୍ଷା ବ୍ୟବସ୍ଥା ସହ ତାଳଦେଇ ଚାଲିବାକୁ ହେଲେ ଦେଶର ଶିକ୍ଷାର ସ୍ତରକୁ ବିଶ୍ବସ୍ତରୀୟ କରିବାକୁ ହେବ। ଏଥିପାଇଁ ଏକ ଭଲ ଶିକ୍ଷାନୀତିର ଆବଶ୍ୟକତା ରହିଛି। ଏହି ଆବଶ୍ୟକୀୟ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ୧୯୮୬ ମସିହାରେ କାର୍ଯ୍ୟକାରୀ ହୋଇଥିବା ପୂର୍ବ ଶିକ୍ଷାନୀତିର ୩୪ ବର୍ଷପରେ ଜାତୀୟ ଶିକ୍ଷାନୀତି ୨୦୨୦ ଦେଶରେ କାର୍ଯ୍ୟକାରୀ ହେବାକୁ ଯାଉଛି, ଯାହାକି ଭାରତୀୟ ଜ୍ଞାନ ପରମ୍ପରା ଉପରେ ଆଧାରିତ। ପୂର୍ଣ୍ଣାଙ୍ଗ ମାନବ ସାମର୍ଥ୍ୟ ବିକାଶ ପାଇଁ ସାମଗ୍ରିକ ଶିକ୍ଷା ସହ ବହୁମୁଖୀ ଶିକ୍ଷାର ଆବଶ୍ୟକତା ରହିଛି । ସମାନ ଏବଂ ଅନ୍ତର୍ଭୂକ୍ତ ଶିକ୍ଷା ଦେଶରେ ଶିକ୍ଷାର ବିକାଶ ପାଇଁ ଜରୁରୀ ଯାହାକୁ ଜୀତୀୟ ଶିକ୍ଷାନୀତି ୨୦୨୦ରେ ସୁପାରିଶ କରାଯାଇଛି ।

ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର କଲେଜର ଶିକ୍ଷା ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ଉଚ୍ଚଶିକ୍ଷାରେ ଜାତୀୟ ଶିକ୍ଷାନୀତି ୨୦୨୦ର କାର୍ଯ୍ୟାନ୍ବୟନ ସମସ୍ୟା ଏବଂ ଆହ୍ବାନ ଶୀର୍ଷକ ଆଲୋଚନା ଚକ୍ରରେ ଯୋଗଦେଇ ନିମନ୍ତ୍ରିତ ଅତିଥିମାନେ ଉପରୋକ୍ତ ମତପ୍ରକାଶ କରିଛନ୍ତି।

କଲେଜର ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କଲେଜର ପରିଚାଳନା କମିଟିର ସଭାପତି ସ୍ବୟଂମ୍ଭୁନାଥ ଖଣ୍ଡଗିରି ମୁଖ୍ୟ ଅତିଥି ଭାବେରେ ଯୋଗଦେଇଥିବା ବେଳେ ବିନିକା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲକ୍ଷ୍ମଣ ମିଶ୍ର ମୁଖ୍ୟବକ୍ତା ଭାବରେ ଯୋଗଦେଇଥିଲେ।ସେହିପରି ସମ୍ମାନିତ ଅତିଥି ଭାବରେ ବିଭାଗୀୟ ମୁଖ୍ୟ ଅଧ୍ୟାପକ ବିଜୟ କୁମାର ପ୍ରଧାନ, ଡ. ଶିଶିର ବଣିଆଁ, ଅଧ୍ୟାପିକା ହରପ୍ରିୟା ମହାପାତ୍ର, ସୀମାରାଣୀ ବେହେରା ପ୍ରମୁଖ ମଞ୍ଚାସୀନ ଥିଲେ।

ଛାତ୍ରୀଛାତ୍ରଙ୍କ ମଧ୍ୟରୁ ମମିତା ମେହେର, ପ୍ରିୟା ମେହେର, ବବିତା ଅମାତ, କାର୍ତ୍ତିକ ପଧାନ ପ୍ରମୁଖ ବିଷୟ ଭିତ୍ତିକ ପ୍ରବନ୍ଧ ପାଠ କରିଥିଲେ। ଛାତ୍ରୀଛାତ୍ରମାନଙ୍କ ମଧ୍ୟରୁ ଇପସିତା ସାହୁ, ରୁଦ୍ର ପ୍ରତାପ ଥନାପତି, ପୂଜାରାଣୀ ମିଶ୍ର, ରିତୁ ପଧାନ, ମିଲି ମେହେର, ବନିସନ ବେହେରା, ଆଶୁତୋଷ ପଧାନ ପ୍ରମୁଖ ଉକ୍ତ ଆଲୋଚନାଚକ୍ର ରେ ଅଂଶ ଗ୍ରହଣ କରି ବକ୍ତବ୍ୟ ପ୍ରଦାନ କରିଥିଲେ। ଛାତ୍ରୀ ଝରଣା ମେହେର ଓ ପ୍ରାଚୀ ପ୍ରିୟଦର୍ଶନୀ ପାତ୍ର ସଭା ସଂଯୋଜନା କରିଥିବା ବେଳେ ଅଧ୍ୟାପିକା ହରପ୍ରିୟା ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଶିକ୍ଷାବିଭାଗ ତରଫରୁ ଅଧ୍ୟାପିକା ସୀମାରାଣୀ ବେହେରାଙ୍କୁ ବିଦାୟୀ ସମ୍ବର୍ଦ୍ଧନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri