‘ଗଞ୍ଜାମକୁ ଦେଶର ୧ ନମ୍ବର ଜିଲା କରିବାକୁ ଉଦ୍ୟମ ହେବ’

କବିସୂର୍ଯ୍ୟନଗର,୨୬ା୩(ଡି.ଏନ୍‌.ଏ.): ଗଞ୍ଜାମକୁ ଦେଶର ୧ ନମ୍ବର ଜିଲା କରିବାକୁ ଉଦ୍ୟମ ହେବ। ଗଞ୍ଜାମ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କବିସୂର୍ଯ୍ୟନଗର ସମାବେଶରେ ଏପରି ଆହ୍ବାନ ଦେଇଛନ୍ତି। ରବିବାର ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ ଥିବା ବେଳେ ପ୍ରଥମେ କବିସୂର୍ଯ୍ୟନଗର ଠାରେ ପହଞ୍ଚିଥିଲେ। ବଡ଼ ଆଗୁଳ ପଡ଼ିଆରେ ବିଶାଳ ଜନ ସମାବେଶକୁ ଉଦ୍‌ବୋଧନ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଜୟ ମା’ ତାରାତାରିଣୀ କହି ମୁଖ୍ୟମନ୍ତ୍ରୀ ଭାଷଣ ଆରମ୍ଭ କରିଥିଲେ। ଗଞ୍ଜାମ ଜିଲାକୁ ଦେଶର ୧ ନମ୍ବର ଜିଲାରେ ପରିଣତ କରିବାକୁ ଆହାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସ୍ବୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ୨୮୦କୋଟିର ଋଣ ପ୍ରଦାନ କରିଛନ୍ତି । ସେହିପରି ଗ୍ରାମକଣ୍ଠ ଘରଡିହ ପଟ୍ଟା ମଧ୍ୟ ବାଣ୍ଟିଛନ୍ତି । କବିସୂର୍ଯ୍ୟନଗର ଠାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ସଚିବ ଭି.କେ ପାଣ୍ଡିଆନ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ସୋରଡ଼ା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଉପସ୍ଥିତ ଥିଲେ। ୧୧ ପଞ୍ଚାୟତରୁ ବହୁ ଜନପ୍ରତିନିଧିଙ୍କ ଉପସ୍ଥିତି ମଧ୍ୟ ଦେଖିବାକୁ ମିଳିଥିଲା। କବିସୂର୍ଯ୍ୟନଗର ଗସ୍ତ ପରେ ହିଞ୍ଜିଳି ଏବଂ ଶେଷ କାର୍ଯ୍ୟକ୍ରମ ଛତ୍ରପୁରରେ ରହିଥିଲା। ଜିଲାରେ ୧ ହଜାର ୯୫୨ କୋଟି ୮୯ ଲକ୍ଷ ଟଙ୍କାର ୮୨୫ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ୨୨ ହଜାର ୨ ଶହ ସ୍ବୟଂ ସହାୟକ ଗୋଷ୍ଠୀର ୨ କୋଟି ୨୪ ଲକ୍ଷ ମିଶନ ଶକ୍ତି ମହିଳାଙ୍କୁ ୬୧୯ କୋଟି ଟଙ୍କାର ବିନା ସୁଧରେ ଋଣ ଓ ସହାୟତା ପ୍ରଦାନ କରାଯାଇଛି। ଏହା ସହ ୨୦ ହଜାର ହିତାଧିକାରୀଙ୍କୁ ଗ୍ରାମକଣ୍ଠ ଘରଡିହ ପଟ୍ଟା ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି।...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ମଣ୍ଡିରୁ ଧାନ କିଣିପାରିବେନି…

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ଚଳିତ ଥର ମିଲରମାନେ ମଣ୍ଡିରୁ ଧାନ କିଣିପାରିବେନି। କେନ୍ଦ୍ରୀୟ ସଂସ୍ଥା କିମ୍ବା ସମବାୟ ସଂସ୍ଥା ମଣ୍ଡିରୁ ଧାନ କିଣିବେ। ଧାନ କ୍ରୟ ବ୍ୟବସ୍ଥାକୁ...

ବୁଦ୍ଧାଦିତ୍ୟଙ୍କ ନାଁରେ ଏଫଆଇଆର, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ନେଇ ଲେଖିଲେ…

ଭୁବନେଶ୍ୱର,୧୮।୧୦: ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଥାନାରେ ମାମଲା। କ୍ୟାପିଟାଲ ଥାନାରେ ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଥାନାରେ...

ମାଡ଼ିଲାଣି ସମୁଦ୍ର, ବିପଦରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତବାସୀ: ଏକାଠୀ ହେଲେ ୩ ଗ୍ରାମର ବାସିନ୍ଦା

ଛତ୍ରପୁର,୧୮ା୧୦ (ଦିଲ୍ଲୀପ ସାମଲ): ଜଳବାୟୁ ପରିବର୍ତ୍ତନ ହେତୁ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବାରେ ଲାଗିଛି। ସମୁଦ୍ର କୂଳ ଦିନକୁ ଦିନ ଲଙ୍ଘୁଥିବାରୁ ଗଞ୍ଜାମ ଜିଲାର...

ଅମରଙ୍କ ପରେ ମୁହଁ ଖୋଲିଲେ ପ୍ରଫୁଲ୍ଲ ଘଡାଇ, ନବୀନଙ୍କୁ ଟାର୍ଗେଟ କରି କହିଦେଲେ ଏତେ ବଡ଼କଥା!

ଭୁବନେଶ୍ୱର,୧୮।୧୦: ସାଧାରଣ ନିର୍ବାଚନରେ ଶୋଚନୀୟ ପରାଜିତ ହୋଇଛି ବିଜେଡି। ଓଡ଼ିଶାରୁ ବିଜେଡି କ୍ଷମତାଚ୍ୟୁତ ହେବା ପରେ ଏବେ ଅନ୍ତ କନ୍ଦଳ ବିଜେଡି ସୁପ୍ରିମୋଙ୍କ ମୁଣ୍ଡବିନ୍ଧାର କାରଣ...

ଶ୍ରୀମନ୍ଦିରରେ ସେବାୟତଙ୍କୁ ହାଣିଲେ ଦୁର୍ବୃତ୍ତ, ରକ୍ତ ଜୁଡୁବୁଡୁ ହୋଇ…

ପୁରୀ,୧୮।୧୦: ପୁରୀରେ ପୁଣି ବୁଲିଲା ଭୁଜାଲି। କୌଣସି ସାଧାରଣ ଲୋକ ନୁହେଁ ଦୁର୍ବୃତ୍ତ ଜଣେ ସେବାୟତଙ୍କୁ ଭୁଜାଲିରେ ହାଣି ଦେଇଛନ୍ତି। ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା...

ଝାରପଡ଼ା ଜେଲ୍‌ରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ବିଚାରାଧୀନ ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ...

ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ

ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri