ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ ବିଭିନ୍ନ ସମୟରେ ଟଣାଓଟରା ଲାଗି ରହିଛି। ଏହିକ୍ରମରେ ଗୁରୁବାର ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ କୁମାର ବଳଓ୍ବନ୍ତରାୟ(ଜିତୁ) ପୂର୍ବ କାର୍ଯ୍ୟସୂଚୀ ଅନୁସାରେ ଜେନାପୁର ଥାନା ଅନ୍ତର୍ଗତ ୧୨ ନମ୍ବର ଜୋନ କୁରିକଣା ଗ୍ରାମକୁ ଲକ୍ଷ୍ମୀପୂଜା ନିମନ୍ତ୍ରଣ ପାଇ ଯାଇଥିଲେ। ସେଠାରୁ ଅପରାହ୍ନ ପ୍ରାୟ ସାଢେ ୫ଟା ସମୟରେ ଫେରିବାବେଳେ କୁରିକଣା ଛକ ନିକଟରେ ତାଙ୍କ ଗାଡି ଉପରକୁ ସମ୍ମୁଖ ପଟୁ କେତେକ ଦୁର୍ବତ୍ତ ଅଣ୍ଡା ମାଡ କରିଥିଲେ। ଏହାସହ ପୂର୍ବତନ ବିଧାୟକ ଜିତୁଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିବା ଜଣାପଡିଛି। ଏଭଳି ସ୍ଥିତିରେ ଜିତୁ ସ୍ଥାନ ଛାଡି ଚାଲିଯାଇଥିଲେ।
ଖବର ପାଇ ଜେନାପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା କରିଛନ୍ତି। ତେବେ ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଜେନାପୁର ଥାନାରେ କୌଣସି ଅଭିଯୋଗ ହୋଇ ନଥିଲା। ତେବେ ଏଥିରେ କାହାରି କ୍ଷୟକ୍ଷତି ହୋଇ ନଥିଲେ ବି ଏହି ଘଟଣାକୁ ଧର୍ମଶାଳା ଯୁବ ବିଜେଡି ପକ୍ଷରୁ ନିନ୍ଦା କରାଯାଇଛି। ଯାଜପୁର ଜିଲାରେ ଗତ ସାଧାରଣ ନିର୍ବାଚନ ପ୍ରାୟତଃ ଶାନ୍ତିପୂର୍ଣ୍ଣ ଭାବରେ ସମ୍ପନ୍ନ ହୋଇଥିଲା। ଏଥିରେ ୩ ଜଣ ବିଜେଡି, ୩ ଜଣ ଭାଜପା ଓ ଜଣେ ସ୍ବାଧୀନ ଭାବେ ନିର୍ବାଚିତ ହୋଇଥିଲେ। ସ୍ବାଧୀନ ବିଧାୟକ ହିମାଂଶଶେଖର ସାହୁ(ଲିକୁ) ପରେ ଭାଜପାକୁ ସମର୍ଥନ କରିଥିଲେ। ଜିଲାର ଅନ୍ୟ କୌଣସି ନିର୍ବାଚନରେ ଉତ୍ତେଜନା ପରିସ୍ଥିତି ଦେଖିବାକୁ ମିଳି ନଥିବାବେଳେ ଧର୍ମଶାଳାରେ କାହିଁକି ନିୟମିତ ଭାବେ ଏଭଳି ପରିସ୍ଥିତି ଲାଗି ରହିଛି ସେ ନେଇ ସାଧାରଣରେ ଭିନ୍ନ ଭିନ୍ନ ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ନଷ୍ଟ କରାଗଲା ୧ କୁଇଣ୍ଟାଲ ଆଇସ୍‌କ୍ରିମ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ବିନା ଲାଇସେନ୍ସ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ଆଇସ୍‌କ୍ରିମ୍‌ ପ୍ରସ୍ତୁତ କରି ମାର୍କେଟକୁ ବିକ୍ରି ପାଇଁ ପଠାଯାଉଥିଲା। ଆଇସ୍‌କ୍ରିମ୍‌ ପ୍ୟାକେଟ୍‌ ଉପରେ ବ୍ୟାଚ୍‌ ନମ୍ବର,...

ମାଡ଼ିଆସିଲା ସମୁଦ୍ର ଜୁଆର: ଭାସିଲା କୋଠାଘର

ଛତ୍ରପୁର, ୧୭।୧୦ (ଦିଲ୍ଲୀପ ସାମଲ): ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ସମୁଦ୍ର ନିକଟରେ ଥିବା ଏକ କୋଠଘର ଭାସିଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ...

ଗୁହାଳରେ ପଶି ଛେଳିକୁ ଖାଇଲା ବାଘ

ଆର.ଉଦୟଗିରି,୧୭ା୧୦(ମନୋଜ କୁମାର ପାଢ଼ୀ): ଗଜପତି ଜିଲା ଆର.ଉଦୟଗିରି ବନ ବିଭାଗ ଅଧୀନ ଘୋଡାକଣ ଗ୍ରାମଠାରୁ ଅଳ୍ପ ଦୂରରେ ରହୁଥିବା ସୁଜୟ ରାଇକାଙ୍କ ଗୁହାଳରୁ ବାଘ ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri