ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡାମାଡ଼ କଲେ ମହିଳା ମୋର୍ଚ୍ଚା

ଭବାନୀପାଟଣା,୨୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ଅପହରଣ ଓ ହତ୍ୟା ଘଟଣା ନେଇ ବୁଧବାର ଜିଲା ଭାଜପା ପକ୍ଷରୁ କଳାହାଣ୍ଡି ବନ୍ଦ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଭବାନୀପାଟଣାସ୍ଥିତ ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କ ବାସଭବନକୁ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ଅଣ୍ଡା ମାଡ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ମହିଳା ମୋର୍ଚ୍ଚା ପକ୍ଷରୁ ମନ୍ତ୍ରୀ ମିଶ୍ର ଓ ବିଜେଡି ବିରୋଧରେ ବିଭିନ୍ନ ନାରାବାଜି କରିବା ସହ ଫାଟକକୁ ଧସେଇ ପସିବାକୁ ଚେଷ୍ଟା କରିଥିଲେ। ମୁତୟନ ଥିବା ପୋଲିସ କର୍ମଚାରୀ ତାଙ୍କୁ ଅଟକାଇଥିଲେ।

Share