ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୮ ଅସୁସ୍ଥ

ଟିକିରି,୨୯।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ପାଇକ ସୁପେଲ ଗ୍ରାମର ଗୋଟିଏ ପରିବାରର ୮ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନେ ବିଷାକ୍ତ ଛତୁ ଖାଇ ଅସୁସ୍ଥ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ବିଳମ୍ବିତ ରାତିରେ ସେମାନଙ୍କ ପେଟ ବ୍ୟଥା ହେବା ସହ ଯାଡାବାନ୍ତି ହୋଇଥିଲା। ପରେ ସେମାନଙ୍କୁ କାଶୀପୁର ଡାକ୍ତରଖାନାରେ ଭର୍ର୍ତ୍ତିି କରାଯାଇଥିଲା। ବର୍ତ୍ତମାନ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡ଼ିଛି।

Share