ଏକାମ୍ରକାନନ ଜମି ହସ୍ତାନ୍ତର ପ୍ରକ୍ରିୟା ସ୍ଥଗିତ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ):ବହୁ ବାଦବିବାଦ ପରେ ଶେଷରେ ସ୍ଥଗିତ ରହିଲା ଏକାମ୍ରକାନନ ଜମି ହସ୍ତାନ୍ତର ପ୍ରକ୍ରିୟା। ଉଦ୍ୟାନରେ କଙ୍କ୍ରିଟ ଜଙ୍ଗଲ ନିର୍ମାଣ ପ୍ରସ୍ତାବକୁ ବିଭିନ୍ନ ମହଲରୁ ତୀବ୍ର ବିରୋଧ ହେବା ପରେ ଏପରି ନିଷ୍ପତ୍ତି ନେଇଛି ଉଦ୍ୟାନ କୃଷି ବିଭାଗ।
ଏକାମ୍ର କାନନରେ ପୂର୍ବ ଭଳି ସ୍ଥିତି ବଜାୟ ରଖିବାକୁ ସହକାରୀ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ଉଦ୍ୟାନ କୃଷି ବିଭାଗ ନିର୍ଦ୍ଦେଶକ । ୨୦ ଏକର ୧୯୨ ଡିସିମିଲ ଜମିକୁ ଜିଏ ଡିପାର୍ଟମେଣ୍ଟକୁ ହସ୍ତାନ୍ତର କରିବାକୁ ଚିଠି ହୋଇଥିଲା । ଏହାକୁ ଭାଜପା, କଂଗ୍ରେସ, ସ୍ଥାନୀୟ ବାସିନ୍ଦା ଏବଂ ପରିବେଶବିତ୍‌ ପ୍ରବଳ ବିରୋଧ କରିଥିଲେ । ଏକାମ୍ର କାନନ ଜମିକୁ ହସ୍ତାନ୍ତର ପ୍ରସ୍ତାବକୁ ବିରୋଧ କରିବା ସହ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା ।

Share