ଆସୁଛି ବିଜେଡିର ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୫।୩: ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ଆଉ ଦିନ କେଇଟା ପରେ ତାରିଖ ଘୋଷଣା ହେବ। ତାରିଖ ଘୋଷଣା ପୂର୍ବରୁ କେନ୍ଦ୍ରରୁ ଆରମ୍ଭ କରି ରାଜ୍ୟ ପର୍ଯ୍ୟନ୍ତ ସରକାର ପ୍ରକଳ୍ପ ପ୍ରକଳ୍ପ ଶିଳାନ୍ୟାସ କରିଚାଲିଛନ୍ତି। ତାରିଖ ଘୋଷଣା ପରେ ଆରମ୍ଭ ହୋଇଯିବ ଜୋରସୋର ପ୍ରସ୍ତୁତି। ତେବେ ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ତା’ର ପ୍ରଥମ ପ୍ରର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। କିନ୍ତୁ ସବୁଠାରୁ ଆଶ୍ଚର୍ଯ୍ୟକର କଥା ହେଉଛି ଯେଉଁମାନଙ୍କୁ ଓଡିଶାରେ ପ୍ରାର୍ଥୀ କରିବ ବୋଲି ଚର୍ଚ୍ଚା ହେଉଥିଲା ସେମାନଙ୍କର ନାଁ ତାଲିକାରେ ନାହିଁ। ସେପଟେ ଏଯାଏଁ ମେଣ୍ଟ କଥା ଜୋରସୋରରେ ଚର୍ଚ୍ଚା ଥମୁ ନ ଥିବାବେଳେ ଦୁଇ ଦଳ ଭାଜପା-ବିଜେଡି ଏହାକୁ ଖୋଲାଖୋଲି ଖଣ୍ଡନ କରୁଛନ୍ତି। ତେବେ ଏହାରି ଭିତରେ ଶୁଣିବାକୁ ମିଳୁଛି କି, ଖୁବଶୀଘ୍ର ବିଜେଡି ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିବ। ଯାହାକୁ ନେଇ ରାଜ୍ୟ ରାଜନୀତି କଳ୍ପନା ଜଳ୍ପନା ଲାଗି ରହିଛି।

ରାଜନୈତିକ ବିଶେଷଜ୍ଞମାନେ ଅନୁମାନ କରୁଛନ୍ତି କି, ୫୦ ପ୍ରତିଶତ ଆସନରେ ପ୍ରାର୍ଥୀଙ୍କୁ ଗ୍ରୀନ ସିଗନାଲ ଦେଇ ସାରିଛି ଦଳ । କାରଣ ଅଧିକାଂଶ ସ୍ଥାନରେ ନେତା ଏବେ ନିର୍ବାଚନମଣ୍ଡଳୀରେ କାମ ଆରମ୍ଭ କରିଦେଲେଣି । ଯେଉଁଠି ପ୍ରାର୍ଥୀଙ୍କୁ ସିଗନାଲ ମିଳିସାରିଛି ସେଠାରେ ବାଦ ପଡ଼ିଥିବା ନେତା ଦଳ ଛାଡୁଥିବା ଜଣାପଡ଼ିଛି । କୁହାଯାଉଛି ମାର୍ଚ୍ଚ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହ ମଧ୍ୟରେ ବିଜେଡି ପ୍ରାର୍ଥୀଙ୍କ ତାଲିକା ରିଲିଜ କରିବ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ପୋଲିସର ଭୁବନେଶ୍ୱରରେ ବଡ଼ ବୈଠକ, ଯୋଗଦେବେ…

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri