Posted inରାଜ୍ୟ

ନିରପେକ୍ଷ ଓ ଶୃଙ୍ଖଳିତ ନିର୍ବାଚନ ପରିଚାଳନା ପାଇଁ ଜିଲାପାଳ-ଏସ୍‌ପିଙ୍କୁ ଆୟୋଗଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୨: ସାଧାରଣ ନିର୍ବାଚନ-୨୦୨୪ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ଭାରତର ମୁଖ୍ୟ ନିର୍ବାଚନ ଆୟୋଗ । ଆଗାମୀ ବିଧାନସଭା ନିର୍ବାଚନରେ ମୋଟ ୩ କୋଟି ୩୨ ଲକ୍ଷ ଭୋଟର ମତଦାନ ସାବ୍ୟସ୍ତ କରିବେ। ନିର୍ବାଚନକୁ ନିରପେକ୍ଷ ଓ ଶୃଙ୍ଖଳିତ ପରିଚାଳନା ପାଇଁ ଆୟୋଗ ସମସ୍ତ ଜିଲାପାଳ ଏବଂ ଏସ୍‌ପିମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

ନିର୍ବାଚନ ସମୟରେ ସବୁ ରାଜନୈତିକ ଦଳ ପ୍ରତି ସମାନ ମନୋଭାବ ପୋଷଣ କରିବାକୁ ଆୟୋଗ ଅଧିକାରୀ ମାନଙ୍କୁ କହିଛନ୍ତି। କୌଣସି ସ୍ଥାନରେ ଅନିୟମିତତାର ଖବର ଆସିଲେ ନିରପେକ୍ଷ, ସ୍ୱଚ୍ଛ ଏବଂ ସବୁ ରାଜନୈତିକ ଦଳର ଅଭିଯୋଗ ଶୁଣିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ଓଡ଼ିଶାରେ ମୋଟ ମୋଟ ୩୭, ୮୦୯ ବୁଥ୍‌ରେ ଭୋଟ୍‌ ଏବଂ ୨୨, ୬୮୫ରେ ୱେବକାଷ୍ଟିଂ ହେବ। ପ୍ରାୟ ୪ ହଜାର ବୁଥ୍‌ରେ କେବଳ ମହିଳା ଅଧିକାରୀ ନିୟୋଜିତ ହେବେ। ସି- ଭିଜିଲ୍‌ ଜରିଆରେ ହିଂସାକାଣ୍ଡ ଏବଂ ବୁଥ୍‌ରେ ଗଣ୍ଡଗୋଳ ଉପରେ ମଧ୍ୟ ଆୟୋଗ ନଜର ରଖିବେ। ମତଦାନ ସମୟରେ ଯଦି କେଉଁଠି କିଛି ଗଡ଼ବଡ଼ ହୁଏ ଲୋକେ ସିଧାସଳଖ ନାମ ଗୋପନ ରଖି ସି-ଭିଜିଲ୍‌ ଆପ୍‌ ଜରିଆରେ କମିଶନଙ୍କୁ ଅଭିଯୋଗ ଜଣାଇ ପାରିବେ। ଅଭିଯୋଗ ଆସିବାର ୧୦୦ ମିନିଟ୍‌ ଭିତରେ ଆମେ ପହଞ୍ଚିବୁ ବୋଲି ସେ କହିଛନ୍ତି। ତେବେ ମତଦାନ ପୂର୍ବରୁ ପ୍ରଚାର ପାଇଁ ନିର୍ଦ୍ଦିଷ୍ଟ ଜାଗାରେ ସଭା ପାଇଁ ଯିଏ ପ୍ରଥମେ ଆବେଦନ କରିବ ତାକୁ ଅନୁମତି ମିଳିବ। ଏହାବାଦ ନିର୍ବାଚନକୁ ସ୍ଵଛ କରିବା ପାଇଁ ଅପରାଧିକ ମାମଲା ଥିଲେ ପ୍ରାର୍ଥୀ ୩ ଥର ବିଜ୍ଞାପନ ଦେଇ ଜଣାଇବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri