Posted inଜାତୀୟ

ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା ବିଶ୍ୱର ସର୍ବବୃହତ୍‌ ଦୁର୍ନୀତି: ପ୍ରକାଶ ରାଜ

ମେଙ୍ଗାଲୁରୁ,୧୯ା୩: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବଂ ଆୟକର ବିଭାଗ ରାଡାରରେ ଥିବା କର୍ପୋରେଟ୍‌ କମ୍ପାନୀ ଓ ବ୍ୟବସାୟୀମାନଙ୍କଠାରୁ ଇଲେକ୍ଟୋରାଲ ବଣ୍ଡ୍‌ ଜରିଆରେ ଭାଜପା ବିପୁଳ ଅର୍ଥ ଦାନ ଆକାରରେ ଗ୍ରହଣ କରିଛି। ଏହା ବିଶ୍ୱର ସର୍ବବୃହତ୍‌ ଦୁର୍ନୀତି ବୋଲି ଲୋକପ୍ରିୟ ଅଭିନେତା ପ୍ରକାଶ ରାଜ କହିଛନ୍ତି। ତାଙ୍କ ମତରେ ଭାଜପାକୁ ଦାନ ଦେଇଥିବା କମ୍ପାନୀଗୁଡ଼ିକୁ ଠିକା ପ୍ରଦାନ କରିବା ହେଉଛି ବିଶ୍ୱର ସବୁଠୁ ବଡ଼ ଦୁର୍ନୀତି। ଏହା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଦେଶବାସୀଙ୍କ ଆଗରେ ସ୍ପଷ୍ଟୀକରଣ ରଖନ୍ତୁ। କେନ୍ଦ୍ର ସରକାର ଏତେଦିନ ପର୍ଯ୍ୟନ୍ତ ଇଲେକ୍ଟୋରାଲ ବଣ୍ଡ୍‌ ତଥ୍ୟକୁ କାହିଁକି ଲୁଚାଇ ରଖିଥିଲେ। ଏହା କ’ଣ ଲୁଟ୍‌ ନୁହେଁ କି ବୋଲି ପ୍ରକାଶ ପ୍ରଶ୍ନ କରିବା ସହ ପ୍ରଧାନମନ୍ତ୍ରୀଙ୍କୁ ମନ୍‌ କୀ ବାତ୍‌ରେ ଏହାର ଉତ୍ତର ମାଗିଛନ୍ତି। ସେ ଆହୁରି କହିଛନ୍ତି, ଭାଜପାକୁ ଏତେ ଟଙ୍କା କ’ଣ ପାଇଁ ଦରକାର। ଭୋଟରଙ୍କୁ ଲାଞ୍ଚ ଦେବାକୁ ନା ବିଧାୟକ ଏବଂ ଏମ୍‌ପିମାନଙ୍କୁ କିଣିବା ପାଇଁ? ରାଜନୈତିକ ଦଳଗୁଡ଼ିକୁ କେଉଁମାନେ ଟଙ୍କା ଦେଇଛନ୍ତି, ନାଗରିକ ଭାବେ ଆମେ ଜାଣିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri