ହାଇକୋର୍ଟରେ ହାତୀ ମୃତ୍ୟୁ ମାମଲା

କଟକ ଅଫିସ,୧୮ା୧: ହାଇକୋର୍ଟରେ ପହଞ୍ଚିଛି ହାତୀ ମୃତ୍ୟୁ ମାମଲା। ହାତୀଙ୍କୁ ସୁରକ୍ଷା ଦେବା ପାଇଁ ତୁରନ୍ତ ଆକ୍ସନ ପ୍ଲାନ ଲାଗୁ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୩ ସପ୍ତାହ ମଧ୍ୟରେ ଏହି ଆକ୍ସନ ପ୍ଲାନ ଲାଗୁ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ବନ କର୍ମଚାରୀ ତୁରାମ ପୂର୍ତ୍ତି ଆତ୍ମହତ୍ୟା ମାମଲାରେ ତାଙ୍କ ସ୍ତ୍ରୀ ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ରହିଛି। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୧୩ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Share