ଯୁବକଙ୍କୁ ଦଳିଦେଲା ଦନ୍ତା

ଝୁମ୍ପୁରା/ଚମ୍ପୁଆ,୨ା୧(ଡି.ଏନ.ଏ): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ, ବାଲିବନ୍ଧ ଫରେଷ୍ଟ ସେକ୍ସନ ନିଶ୍ଚିନ୍ତପୁର ଗ୍ରାମ ଜଙ୍ଗଲରେ ଜଣେ ଯୁବକଙ୍କୁ ଦନ୍ତା ଦଳିଦେଇଛି। ଫଳରେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଗ୍ରାମର ଭୀମ ମୁଣ୍ଡା (୪୫)। ମୃତକଙ୍କ ପରିବାରଙ୍କୁ ସମସ୍ତ ସହାୟତା ମିଳିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ବନ ବିଭାଗ ସୂଚନା ଅନୁଯାୟୀ, ଭୀମ ଓ ତାଙ୍କ ସ୍ତ୍ରୀ ଏକ ଭୋଜି କାର୍ଯ୍ୟରେ ଯୋଗଦେଇ ବିଳମ୍ବିତ ରାତିରେ ଘରକୁ ଫେରୁଥିଲେ। ରାସ୍ତାରେ ଦନ୍ତା ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ଭୀମକୁ ଗୋଇଠା ମାରି ପରେ ପାଦରେ ଦଳି ଦେବାରୁ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କ ସ୍ତ୍ରୀ ଦୌଡ଼ି ଯାଇ ଗଛ ଉହାଡ଼ରେ ଲୁଚିଯାଇ ପ୍ରାଣରକ୍ଷା କରିଥିଲେ। ସୋମବାର ବନ ବିଭାଗ ପକ୍ଷରୁ ମୃତଦେହ ଜବତ କରାଯାଇ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା। ପରିବାର ସଦସ୍ୟଙ୍କୁ ଅନୁକମ୍ପା ରାଶି ୪ଲକ୍ଷ ଟଙ୍କା ମିଳିବ ବୋଲି ଚମ୍ପୁଆ ରେଞ୍ଜର ଶିବ ରାଉତ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ୨୪ ଟିକିଆ ହାତୀପଲ କିଛିଦିନ ହେବ ନିଶ୍ଚିନ୍ତପୁର ଅଞ୍ଚଳରେ ଆତଙ୍କ ଖେଳାଉଛନ୍ତି। ପଲରେ ଗୋଟିଏ ଦନ୍ତାହାତୀ ଦଳ ଛାଡ଼ି ଚାଲି ଯାଉଥିବାରୁ ବନ ବିଭାଗ କର୍ମଚାରୀଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri