‘ଏମର୍ଜେନ୍ସି’କୁ ମିଳିଲା ୟୁଏ ସାର୍ଟିଫିକେଟ୍‌

ନୂଆଦିଲ୍ଲୀ, ୯।୯: ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କ ‘ଏମର୍ଜେନ୍ସି’ ଚଳଚ୍ଚିତ୍ର ଖୁବ୍‌ଶୀଘ୍ର ବଡ଼ ପରଦାରେ ରିଲିଜ୍‌ ହେବ। ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଫିଲ୍ମ ସାର୍ଟିଫିକେଶନ (ସିବିଏଫ୍‌ସି) ପକ୍ଷରୁ କିଛି ସର୍ତ୍ତ ସହ ‘ଏମର୍ଜେନ୍ସି’କୁ ୟୁଏ ସାର୍ଟିଫିକେଟ ପ୍ରଦାନ କରାଯାଇଛି। ଫିଲ୍ମର କିଛି ଦୃଶ୍ୟ କାଟିବାକୁ ସେନ୍ସର ବୋର୍ଡ ଫିଲ୍ମ ନିର୍ମାତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଏହି ଫିଲ୍ମରେ ପ୍ରଦର୍ଶିତ ହେବାକୁ ଥିବା ଐତିହାସିକ ଘଟଣାବଳୀ ପାଇଁ ନିର୍ମାତାଙ୍କୁ ଡିସ୍‌କ୍ଲେମର ପ୍ରଦାନ କରିବାକୁ ପଡ଼ିବ। ତେବେ ଥିଏଟରଗୁଡ଼ିକରେ ‘ଏମର୍ଜେନ୍ସି’ କେବେ ରିଲିଜ୍‌ ହେବ ସେନେଇ କୌଣସି ସୂଚନା ମିଳିନାହିଁ। ପୂର୍ବରୁ ‘ଏମର୍ଜେନ୍ସି’ ଫିଲ୍ମ ନିର୍ମାତାଙ୍କ ଅଭିଯୋଗ କ୍ରମେ ଆସନ୍ତା ୧୮ ସୁଦ୍ଧା ଫିଲ୍ମକୁ ସାର୍ଟିଫିକେଟ ପ୍ରଦାନ ନେଇ ନିଷ୍ପତ୍ତି ନେବାକୁ ବମ୍ବେ ହାଇକୋର୍ଟ ସିବିଏଫ୍‌ସିକୁ ନିର୍ଦ୍ଦେଶ ଦେଇଥିଲେ। ଫିଲ୍ମର ଟ୍ରେଲର ରିଲିଜ୍‌ ହେବା ପରେ ଏହା ସମାଜକୁ ଭୁଲ୍‌ ତଥ୍ୟ ପ୍ରଦାନ କରୁଥିବା ଅଭିଯୋଗ କରି ପଞ୍ଜାବର ଶିରୋମଣି ଅକାଳୀ ଦଳ(ଏସ୍‌ଏଡି) ସମେତ ବହୁ ଶିଖ୍‌ ସଙ୍ଗଠନ ଫିଲ୍ମର ରିଲିଜକୁ ବିରୋଧ କରିଥିଲେ, ଯାହା ପରେ ‘ଏମର୍ଜେନ୍ସି’ ବିବାଦ ଘେରକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୭୪ ତମ ଜନ୍ମଦିନ ପାଳନ କରିବେ ମୋଦି

ନୂଆଦିଲ୍ଲୀ,୧୭।୯: ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୭୪ ତମ ଜନ୍ମଦିନ ପାଳନ କରିବେ। ଏହାକୁ ନେଇ ଭାଜପା ନେତା, କର୍ମୀ ଏବଂ ସାଧାରଣ ଜନତାଙ୍କ...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଡାକ୍ତରଙ୍କ ମୁଖ୍ୟ ଦାବିକୁ ଗ୍ରହଣ କଲେ ସରକାର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ...

‘ରାହୁଲଙ୍କ ଜିଭ କାଟିଲେ ୧୧ ଲକ୍ଷ ପୁରସ୍କାର ଦେବି’, ଶିବସେନା ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ

ମୁମ୍ବାଇ, ୧୬।୯: ମହାରାଷ୍ଟ୍ରର ଶିବଶେନା ବିଧାୟକ ସଞ୍ଜୟ ଗାଏକ୍ୱାଡ୍‌ ସୋମବାର ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି।...

କଶ୍ମୀର ନିର୍ବାଚନ: ଆସିଲା କଂଗ୍ରେସର ନିର୍ବାଚନୀ ଇସ୍ତାହାର, ଜାଣନ୍ତୁ କ’ଣ ସବୁ ରହିଛି ପ୍ରତିଶ୍ରୁତି…

ଶ୍ରୀନଗର,୧୬ା୯: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ସୋମବାର ଦଳୀୟ ଇସ୍ତାହାର ପ୍ରକାଶ ପାଇଛି। ଏଥିରେ କୃଷକ, ମହିଳା ଏବଂ ଯୁବବର୍ଗଙ୍କ ପାଇଁ ଅନେକ...

ମମତାଙ୍କ ସହ ଆଲୋଚନାରେ ଯୋଗଦେଲେ ଡାକ୍ତର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ...

ଆତଙ୍କବାଦକୁ ପାତାଳରେ କବର ଦେବୁ: ଜମ୍ମୁ କଶ୍ମୀରରେ ଗର୍ଜିଲେ ଶାହା

ଶ୍ରୀନଗର,୧୬।୯: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ଅଭିଯାନ ଚରମ ସୀମାରେ ରହିଛି। ନିର୍ବାଚନ ପୂର୍ବରୁ ରାଜନେତାମାନେ ପରସ୍ପର ଉପରେ ଆରୋପ-ପ୍ରତ୍ୟାରୋପ କରି ଭୋଟରଙ୍କୁ...

ଆଗାମୀ ୧୦୦୦ ବର୍ଷ ପ୍ଲାନିଂର ଖୁଲାସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୯: ମୋଦି ୩.୦ର ୧୦୦ ଦିନ ସମାପ୍ତ ହୋଇଛି। ଗୁଜରାଟର ଗାନ୍ଧୀ ନଗରରେ ଆୟୋଜିତ ହୋଇଥିବା ‘ଗ୍ଲୋବାଲ ରିନ୍ୟୁଆଲ ଏନର୍ଜି ଇନଭେଷ୍ଟର୍ସ ମିଟ ଆଣ୍ଡ ଏକ୍ସପୋ’ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri