ଭୁବନେଶ୍ୱର,୧୫।୧(ବ୍ୟୁରୋ): ଆଜିଠୁ ପୁଣି ଶୀତ ବଢ଼ିବ । ବର୍ଷାର ପରିମାଣ କମିବା ସହ ଶୀତ ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ପୂର୍ବାନୁମାନ କରାଯାଇଛି। ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିପାରେ । କିଛି ସ୍ଥାନରେ ସ୍ବଭାବିକ ତାପମାତ୍ରା ରହିବା ବେଳେ କିଛି ସ୍ଥାନରେ କମ ରହିପାରେ । ରାଜଧାନୀ ଭୁବନେଶ୍ୱରରେ ଆଜି ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରୀକୁ ଖସିପାରେ । ସେହିପରି ବାକି ସହରରେ ମଧ୍ୟ ପାରଦ ଖସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ତେବେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଏବଂ ଗଞ୍ଜାମ ଜିଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।