ଜିରୋ ଦୁର୍ଘଟଣା ଉପରେ ଗୁରୁତ୍ୱାରୋପ

ଭଞ୍ଜନଗର,୫ା୩(ବାବୁଲା ପ୍ରଧାନ): ରାଜ୍ୟ ବିଦ୍ୟୁତ ଶ୍ରମିକ କର୍ମଚାରୀ ସଂଘ ଭଞ୍ଜନଗର ଶାଖା କାର୍ଯ୍ୟାଳୟଠାରେ ବୁଧବାର ୫୪ତମ ଜାତୀୟ ସୁରକ୍ଷା ମାସ ଓ ଲାଇନ୍‌ମ୍ୟାନ ଦିବସ ଟାଟା ପାଓ୍ବାର ପକ୍ଷରୁ ପାଳିତ ହୋଇଯାଇଛି। କର୍ମଚାରୀମାନେ ସୁରକ୍ଷିତ ଭାବେ କିଭଳି କାର୍ଯ୍ୟ କରିବେ, ସୁରକ୍ଷା ପୋଷାକ ଓ ଆବଶ୍ୟକୀୟ ସରଞ୍ଜାମ ବ୍ୟବହାର ଏବଂ ସଠିକ୍‌ କାର୍ଯ୍ୟ କିଭଳି କରିବେ ସେନେଇ ବୈଠକରେ ଯୋଗ ଦେଇ ଅତିଥିମାନେ କହିଥିଲେ। ନିୟମକୁ ପାଳନ କରି କାର୍ଯ୍ୟ କଲେ ଦୁର୍ଘଟଣା ହେବ ନାହିଁ ବୋଲି ମଧ୍ୟ ଅତିଥିମାନେ କହିଥିଲେ। ଲାଇନ୍‌ମ୍ୟାନ୍‌ ଆମର ମେରୁଦଣ୍ଡ। ସେମାନଙ୍କ କାର୍ଯ୍ୟଶୈଳୀ ହିଁ ବିଦ୍ୟୁତ୍‌ ବିଭାଗକୁ ପ୍ରଶଂସା ଆଣିଥାଏ ବୋଲି ମଧ୍ୟ ବକ୍ତାମାନେ କହିଥିଲେ। ଏହି ଅବସରରେ ଉତ୍ତମ କାର୍ଯ୍ୟ କରୁଥିବା କର୍ମଚାରୀ ଓ ଅଧିକାରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଭଞ୍ଜନଗର ଟାଟା ପାଓ୍ବାର ଅଧୀକ୍ଷଣ ଯନ୍ତ୍ରୀ ଅଭିଜିତ ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ବିଭିନ୍ନ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ଅଧୀକ୍ଷଣ ଯନ୍ତ୍ରୀ ପାଢ଼ୀ ସମନ୍ୟୟ ରକ୍ଷା କରି କାର୍ଯ୍ୟ କରିବାକୁ ସମସ୍ତ କର୍ମଚାରୀଙ୍କୁ କହିଥିଲେ। ଏଥିସହ ଜିରୋ ଦୁର୍ଘଟଣା ଯେଭଳି ହେବ ସେଥିପ୍ରତି ଦୃଷ୍ଟି ଦେବାକୁ ଉପସ୍ଥିତ ସମସ୍ତ କର୍ମଚାରୀଙ୍କୁ ଆହ୍ବାନ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ନିର୍ବାହୀଯନ୍ତ୍ରୀ ତପନ କୁମାର ସାର, ଅମିତ ରଞ୍ଜନ, ସୁବାସ ଚନ୍ଦ୍ର ସେଠୀ, ଅଶୋକ ଦାସ, ରାଜେଶ୍ୱରୀ ଦାସ, ଶଙ୍କର ପ୍ରସାଦ ସିଂଘ, ସୁଦୀପ କୁମାର ବେହେରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସୁରକ୍ଷା ଅଧିକାରୀ ସୁବାସ ଚନ୍ଦ୍ର ସେଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସୁନିଶ୍ଚିତ କର:ଜିଲା ବିକାଶ ସମନ୍ବୟ-ତଦାରଖ କମିଟି ବୈଠକରେ ନିର୍ଦ୍ଦେଶ

ବରଗଡ,୨୩।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଜିଲା ବିକାଶ ସମନ୍ବୟ ଏବଂ ମନିଟରିଂ କମିଟି ଦିଶାର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ...

ତଳାମପଦର ଅଞ୍ଚଳରେ କାଳବୈଶାଖୀ ପ୍ରଭାବ: ଉଡ଼ିଗଲା ଆଜବେଷ୍ଟସ୍‌

ଥୁଆମୂଳ ରାମପୁର,୨୩ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳାମପଦର ପଞ୍ଚାୟତର ତଳାମପଦର ଓ ଚୁଲବାଡିରେ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁସାରେ ...

ଯୁବକଙ୍କୁ ହତ୍ୟା ଘଟଣା: ଆଉ ଜଣେ ଗିରଫ

ଥୁଆମୂଳ ରାମପୁର,୨୩ା୪ (ଦୁର୍ଗା କୀର୍ତ୍ତି)- ଗତ ଜାନୁଆରୀ ୧୬ରେ ଥୁଆମୂଳ ରାମପୁର ଥାନା ପେଙ୍ଗଢୁସି ଗ୍ରାମଠାରେ ଜଣେ ଯୁବକଙ୍କ ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ...

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image