୩୪ ହଜାର ୮୧୦ ଜଣ ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି:  ପାରାଦୀପ୍‌ରେ ୩ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୧୬।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜଗତ୍‌ସିଂହପୁର ଜିଲା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରାଦୀପରେ ୩ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଜେଏସ୍‌ଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ କାରଖାନା ଏବଂ ସିଲକ୍ସ ଇଣ୍ଡିଆ ଅତ୍ୟାଧିୁନିକ ରାସାୟିନିକ କାରଖାନାର ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନାରେ ୬୫ ହଜାର କୋଟିର ପୁଞ୍ଜି ନିବେଶ କରିଛି। ଏହାଦ୍ୱାରା ଆଗାମୀ ଦିନରେ ୩୦ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ମିିିଳିବ।
ସେହିପରି ରିନ୍ୟୁ ଇ-ଫୁଏଲ ଗ୍ରିନ୍‌ ଆମୋନିଆ କାରଖାନା ପାଇଁ ୨୨ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହୋଇଛି। ଏହା ୪ ହଜାର ରୋଜଗାର ସୃଷ୍ଟି କରିିବ ଏବଂ ସିଲକ୍ସ ଇଣ୍ଡିିଆ ଅତ୍ୟାଧିୁନିକ ରାସାୟିନିକ କାରଖାନା ପାଇଁ ୫୦୦ କୋଟିର ପୁଞ୍ଜି ନିବେଶ କରାଯାଇଛି। ଯାହା ଦ୍ୱାରା ୮୧୦ ଜଣଙ୍କୁ ନିଯୁକ୍ତି ମିିଳିବ। ଶିଳ୍ପାୟନ ଦ୍ୱାରା ଯୁବବର୍ଗଙ୍କୁ ନିଯୁକ୍ତିୁ ଯୋଗାଇ ଦେବାକୁ ଲକ୍ଷ୍ୟ ରଖି ନୂତନ ଶିଳ୍ପ ପ୍ରତିଷ୍ଠା କରାଯାଉଥିବା କହିଛନ୍ତି ରାଜ୍ୟ ସରକାର।
ଏହି କାର୍ଯ୍ୟକ୍ରମରେ ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ଜଗତସିଂହପୁର ବିଧାୟକ  ପ୍ରଶାନ୍ତ କୁମାର ମୁଦୁଲି ଏବଂ ସାଂସଦ ଡ. ରାଜଶ୍ରୀ ମଲ୍ଲିକ ଉପସ୍ଥିତ ଥିଲେ। ଏହା ସହ ଅନ୍ୟତମ ଅତିଥି ଭାବେ ଜେଏସଡବ୍ଲ୍ୟୁର ମୁଖ୍ୟ  ସଜ୍ଜନ ଜିନ୍ଦଲ ମଧ୍ୟ ଯୋଗ ଦେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri