Categories: ଜାତୀୟ

ପୁଲଓ୍ବାମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଆତ୍ମସମର୍ପଣ କଲେ ଜଣେ ଆତଙ୍କବାଦୀ

ପୁଲଓ୍ବାମା,୬।୧୧: ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାର ପାମ୍ପପୋରେରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିବା ବେଳେ ଏହି ଏନ୍‌କାଉଣ୍ଟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଅନ୍ୟଜଣଙ୍କ ସୁରକ୍ଷାକର୍ମୀଙ୍କ ଆଗରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ସେହିପରି ଆତଙ୍କବାଦୀଙ୍କ ଗୁଳିରେ ଜଣେ ନାଗରିକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କ ଆହତ ହୋଇଥିବା ସୂଚନା ରହିଛି। ସୂଚନାଯୋଗ୍ୟ, ଲାଲପୋରାରେ ଗୁରୁବାର ବିଳମ୍ବିତ ସନ୍ଧ୍ୟାରେ ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଲୁଚିରହିଥିବା ଖବର ସୁରକ୍ଷାକର୍ମୀଙ୍କୁ ମିଳିଥିଲା। ଏହାପରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରିଥିଲେ। ସୁରକ୍ଷାକର୍ମୀଙ୍କୁ ଦେଖି ଆତଙ୍କବାଦୀମାନେ ଆଖିବୁଜା ଗୁଳିଚାଳନା କରିଥିଲେ। ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ସୁରକ୍ଷାକର୍ମୀଙ୍କ ଆଗରେ ଆତ୍ମସମର୍ପଣ କରିଥିଲେ। ତେବେ ଏହି ଏନ୍‌କାଉଣ୍ଟର ସମୟରେ ଜଣେ ନାଗରିକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Share