Categories: ଜାତୀୟ

କୁଲଗାମରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

କୁଲଗାମ,୩୦।୬: ଜମ୍ମୁ-କଶ୍ମୀର କୁଲଗାମ ଜିଲାର ଚିମର ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏଥିସହ ସମସ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଛି। ସୂଚନାଯୋଗ୍ୟ, ଚିମର ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିରହିଥିବା ନେଇ ଏକ ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ଭୟଭୀତ ହୋଇପଡ଼ି ସୁରକ୍ଷାକର୍ମୀଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାପରେ ସୁରକ୍ଷାକର୍ମୀ ମଧ୍ୟ ପାଲଟା ଜବାବରେ ପ୍ରତି ଆକ୍ରମଣ କରିଥିଲେ। ତେବେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଆତଙ୍କବାଦୀ ଟଳି ପଡ଼ିଛନ୍ତି। ଆହୁରି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।

Share