Categories: ଜାତୀୟ

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୩୦ ।୧୨: ଜମ୍ମୁ-କଶ୍ମୀରର କୁଲଗାମରେ ବୁଧବାର ବିଳମ୍ବିତ ରାତିରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ମୁହାଁମୁହିଁ ସଂଘର୍ଷରେ ୩ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଏଥିରେ ଜଣେ ପୋଲିସ କର୍ମୀ ବି ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସୁରକ୍ଷାକର୍ମୀ ସେହି ଅଞ୍ଚଳକୁ ସିଲ କରି ଦେଇଥିଲେ । ଏହାପରେ ଆତଙ୍କବାଦୀଙ୍କୁ ଆତ୍ମ ସମର୍ପଣ କରିବାକୁ କୁହାଯାଇଥିବା ବେଳେ ସେମାନେ କିନ୍ତୁ ପ୍ରଥମରେ ଗୁଳି ବର୍ଷଣ ଆରମ୍ଭ କରିଦେଇଥିଲେ । ଏହାର ଜବାବରେ ସୁରକ୍ଷାକର୍ମୀ ପାଲଟା ଅ୍ରାକ୍ରମଣ କରିବାରୁ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିଲା । ସୂଚନାଯୋଗ୍ୟ, ଏହା ପୂର୍ବରୁ ବୁଧବାର ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଜଣେ ପୋଲିସ ଆହତ ହୋଇଥିଲେ ।

Share