Categories: ଜାତୀୟ

ଅନନ୍ତନାଗରେ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୯।୬: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନେଇ କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥାନୀୟ ଖୁଲଚୋହର ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ଖବର ମିଳିଥିଲା। ରବିବାର ରାତ୍ର ୧୧ଟଠାରୁ ସୁରକ୍ଷାକର୍ମୀ ଏଠାରେ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ସେମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିଚାଳନା କରିଥିଲେ। ଏହା ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସୋମବାର ଭୋର୍‌ ୪ଟା ସମୟରେ ପାଲଟା ଆକ୍ରମଣ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କଠାରୁ ଏକେ-୪୭ ଏବଂ ୨ ପିସ୍ତଲ ଜବତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ କହିଛି।

Share