Advertisement

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ମୃତ

ଶ୍ରୀନଗର, ୧୪।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ବିରୋଧୀ ଅପରେଶନରେ ବୁଧବାର ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିିଳିଛି। ଶୋପିଆନ୍‌ ଜିଲାର ଚକୁରା ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଠାରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର ମିଳିବାପରେ ସିଆର୍‌ପିଏଫ୍‌ ଏବଂ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ମିଳିତ ଅଭିଯାନ ଆରମ୍ଭ ହୋଇଥିଲା। ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏଠାରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସପର୍ମଣ ପାଇଁ ସୂଚନା ଦିଆଯାଇଥିଲେ ମଧ୍ୟ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିବା କାମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି। ସୋମବାରଠାରୁ ବୁଧବାର ଗତ ୩ ଦିନ ମଧ୍ୟରେ ଏଠାରେ ୪ ଜଣ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଇଛି। ସୋମବାର ଶ୍ରୀନଗରର ରାମବାଗ ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ସମୟରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share