Categories: ଜାତୀୟ

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୪ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୮।୭: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ଶନିବାର ପୁଣି ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଶୋପିଆନ୍‌ ଜିଲାର ଆମ୍‌ଶିପୋରା ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ସର୍ଚ୍ଚ ଅପରେଶନ୍‌ରେ ୬୨-ଆର୍‌ଆର୍‌, ସିଆର୍‌ପିଏଫ୍‌ ଏବଂ ଜମ୍ମୁ-କଶ୍ମୀର ପୋଲିସ ଟିମ୍‌ ମିଳିତ ଭାବେ ଯୋଗଦେଇଛନ୍ତି। ଏବେ ମଧ୍ୟ ୨ରୁ୩ ଜଣ ଆତଙ୍କବାଦୀ ଏକ ଗୁହାଳ ଘରେ ଲୁଚିଥିବା କୁହାଯାଉଛି। ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ସୂଚନାଯୋଗ୍ୟ, ଶୁକ୍ରବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

Share