Categories: ଜାତୀୟ

ଶୋପିଆନ୍‌ରେ ଏନ୍‌କାଉଣ୍ଟର, ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୨।୧ : ଜମ୍ମୁ-କଶ୍ମୀରର ଶୋପିଆନ୍‌ରେ ସର୍ଚ୍ଚ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। କାଲବିକ୍‌ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସମଗ୍ର ଅଞ୍ଚଳରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଥିଲା।

ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲେ ମଧ୍ୟ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି।

Share