ଅଭିଯୁକ୍ତ ମଙ୍ଗୁଙ୍କୁ ଏନ୍‌କାଉଣ୍ଟର

କଟକ,୧୬ା୯ (କାର୍ତ୍ତିକ ସାହୁ)/ଫୁଲନଖରା (ସତ୍ୟପ୍ରକାଶ ଦାସମହାପାତ୍ର): କଟକ ସଦର ଥାନା ଭାଣପୁର ଗ୍ରାମର ମଙ୍ଗୁ ଓରଫ ମନୋଜ ମହାରଣାକୁ ପୋଲିସ ଏନ୍‌କାଉଣ୍ଟର କରିଛି। ତାଙ୍କ ବାମପଟ ଆଣ୍ଠୁରେ ଗୁଳି ବାଜିଛି। କନ୍ଦରପୁର ଓ ସଦର ଥାନା ପୋଲିସ ମିଳିତ ଭାବେ ଶୁକ୍ରବାର ରାତିରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଗତ ୬ ତାରିଖ କନ୍ଦରପୁର ଥାନା ଅନ୍ତର୍ଗତ ମତ୍ତଗଜପୁରଠାରେ ଫାଙ୍କା ଗୁଳିଚାଳନା କରି ଜଣେ ସୁନାବେପାରୀଙ୍କଠାରୁ ଲୁଟ୍‌ ଘଟଣାରେ ମଙ୍ଗୁଙ୍କ ସମ୍ପୃକ୍ତି ରହିଥିବା ପୋଲିସ ସୂତ୍ରରୁ ପ୍ରକାଶ। ପୋଲିସ ଆହତ ମଙ୍ଗୁଙ୍କୁ ଚିକିତ୍ସା ପାଇଁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରିଛି। ତାଙ୍କୁ ଧରିବା ପାଇଁ ପୋଲିସ ଯୋଜନା ପ୍ରସ୍ତୁତ କରିଥିବା ବେଳେ ସଦର ଥାନା ଅନ୍ତର୍ଗତ ଉତ୍ତମାପୁରସ୍ଥିତ ତୋଟାସାହିରେ ଏହି ଏନ୍‌କାଉଣ୍ଟର କରିଥିଲା।
ସୂଚନା ଅନୁସାରେ, ମତ୍ତଗଜପୁର ରେଳଷ୍ଟେଶନ ନିକଟ ତାଳଦଣ୍ଡା କେନାଲ ବନ୍ଧ ରାସ୍ତାରେ ଗତ ୬ ତାରିଖ ସ୍ପଷ୍ଟ ଦିବାଲୋକରେ ୪ ଦୁର୍ବୃତ୍ତ ଫାଙ୍କା ଗୁଳିଚାଳନା ଦ୍ୱାରା ଭୟଭୀତ କରାଇ ଜଣେ ସୁନା ବ୍ୟବସାୟୀଙ୍କଠାରୁ ଲକ୍ଷାଧିକ ଟଙ୍କାର ସୁନା, ରୁପା ଅଳଙ୍କାର ଲୁଟି ନେଇଥିଲେ। ଲୁଟ୍‌ର ଶିକାର କନ୍ଦରପୁର ହାଟସାହିର ଅଲେଖ ପାତ୍ରଙ୍କ ପୁଅ ବିକି ଓରଫ ବିକାଶ ପାତ୍ର (୨୫)ଙ୍କ ଅଭିଯୋଗକ୍ରମେ କନ୍ଦରପୁର ଥାନାରେ ମାମଲା (ନଂ ୧୭୧/୨୦୨୩) ରୁଜୁ ହୋଇଥିଲା। ପୋଲିସ ମାମଲାର ତଦନ୍ତ କରି ଅପରାଧୀମାନଙ୍କୁ ଧରିବାକୁ ଚେଷ୍ଟା ଚଳାଇଛି। ତେବେ ଘଟଣାରେ ମଙ୍ଗୁ ସମ୍ପୃକ୍ତି ଧରାପଡ଼ିବା ପରେ ପୋଲିସ ଆଗ ତାଙ୍କୁ ଧରିବା ଦିଗରେ ଉଦ୍ୟମ କରିଥିଲା। ଏହି ମାମଲାର ପର୍ଦ୍ଦାଫାଶ କରିବା ପାଇଁ ଗଠିତ ସ୍ପେଶାଲ ସ୍କ୍ବାଡ୍‌ ଖୁବ୍‌ଶୀଘ୍ର ଅଭିଯୁକ୍ତମାନଙ୍କୁ ଧରିବାରେ ସଫଳ ହେବେ ବୋଲି ଡିସିପି ପିନାକ ମିଶ୍ର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri