ରାଜଧାନୀରେ ଦୁର୍ଦ୍ଦାନ୍ତ ଅପରାଧୀ ରଘୁଙ୍କୁ ଏନକାଉଣ୍ଟର, ବାମ ଗୋଡ଼ରେ ବାଜିଛି ଗୁଳି

ଭୁବନେଶ୍ୱର,୨୮।୧୨: ରାଜଧାନୀରେ ଫୁଟିଲା ଗୁଳି। ନୂଆବର୍ଷ ପୂର୍ବରୁ ଦୁର୍ଦ୍ଦାନ୍ତ ଅପରାଧୀ ରଘୁ ବିଶ୍ୱାଳଙ୍କୁ ଏନକାଉଣ୍ଟର କରିଛି ଭୁବନେଶ୍ୱର କମିଶନରେଟ୍‌ ପୋଲିସ। ତାଙ୍କ ବାମ ଗୋଡ଼ରେ ଗୁଳି ବାଜିଛି। ରଘୁଙ୍କ ନାମରେ ୧୫ ଥାନାରେ ଅନେକ ଡକାୟତି ସହ ରାହାଜାନୀ ମାମଲା ରହିଛି। ପୋଲିସ ତାଙ୍କ ନିକଟରୁ ଏକ ବନ୍ଧୁକ ଜବତ କରିଛି। ତେବେ ରଘୁ କୁଖ୍ୟାତ ଅପରାଧୀ ରବି ରାଓ ଗ୍ୟାଙ୍ଗର ସଦସ୍ୟ ବୋଲି ଜଣାପଡ଼ିଛି।

ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ଦେଇଥିବା ସୂଚନାନୁଯାୟୀ, ବୁଧବାର ରାତିରେ ବାଲିଯାତ୍ରା ପଡ଼ିଆ ରାସ୍ତା ଦେଇ ଲୋକେ ଯିବା ବାଟରେ ୨ ଯୁବକ ସେମାନଙ୍କୁ ଅଟକାଉଥିବା ପୋଲିସକୁ ଖବର ମିଳିଥିଲା। ପରେ ମଞ୍ଚେଶ୍ୱର ଥାନା ପୋଲିସ ଏବଂ ସ୍ବତନ୍ତ୍ର ସ୍କ୍ବାର୍ଡ ପକ୍ଷରୁ ମିଳିତ ଭାବେ ପାଟ୍ରୋଲିଂ କରାଯାଉଥିବା ବେଳେ ରଘୁ ଏବଂ ତାଙ୍କର ସହଯୋଗୀ ପୁନିଆ ନାୟକ ବୁଲୁଥିବାର ନଜର ଆସିଥିଲେ। ପୋଲିସ ସେମାନଙ୍କୁ ପିଛା କରି ଅଟକାଇବାକୁ ଚେଷ୍ଟା କରିଥିଲା। ହେଲେ ସେମାନେ ଗୁଳିମାଡ଼ କରି ବାଇକରେ ଫେରାର ହେବାକୁ ଚେଷ୍ଟା କରୁଥିଲେ। ପରବର୍ତ୍ତୀ ସମୟରେ ପୋଲିସର ପାଲଟା ଗୁଳିମାଡ଼ରେ ରଘୁ ଆହତ ହୋଇଥିଲେ। ଆହତ ଅବସ୍ଥାରେ ତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଅପରପକ୍ଷେ ଅଭିଯୁକ୍ତ ପୁନିଆ ସେଠାରୁ ଫେରାର ହୋଇଯାଇଛନ୍ତି। ଏବେ ତାଙ୍କ ସହ ରଘୁଙ୍କ ଅନ୍ୟ ସହଯୋଗୀଙ୍କୁ ଧରିବା ଲାଗି ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି। ଖୁବ୍‌ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ଡିସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର...

ସ୍କ୍ରବ୍‌ ଟାଇଫସ୍‌ରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼୨୬।୧୦(ପ୍ରେମାନନ୍ଦ ଖମାରୀ): ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ, ବରଗଡ଼ ଜିଲା ପାଇକମାଲ...

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ...

ମାନବୀୟ ମୂଲ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ...

ବ୍ରିଜ ଉପରେ ସ୍କୁଟିରଖି ନଦୀକୁ ଯୁବକ ଡେଇଁବା ଘଟଣା: ହାଇଦ୍ରାବାଦରେ ଥାଇ ବାପାଙ୍କ ସହ ହେଲେ କଥା

ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗତ ୨୩ ତାରିଖରେ ଜଣେ ଯୁବକ ନିଜ ସ୍କୁଟି ଓ ଚପଲ ବ୍ରିଜ ଉପରେ ରଖି ନଦୀକୁ ଡେଇଁ ପଡ଼ିଥିବା ଖବର...

ବାତ୍ୟାରେ ଜିରୋ କାଜୁଆଲିଟି ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ସୁରକ୍ଷିତ ରଖି…

ଭୁବନେଶ୍ୱର,୨୬ା୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍‌ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri