ଲେଙ୍ଗୁ ମିଶ୍ର ଛକ -ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ଅଭିଯାନ ଶିଥିଳ, ପୁଣି ତାତିଲେ ନାଗରିକ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଅଭିଯାନ ଶିଥିଳ ହୋଇପଡ଼ିଛି। ଏଥିରେ ବିଭାଗୀୟ ଅଧିକାରୀଙ୍କ ଭୂମିକାକୁ ନେଇ ସନ୍ଦେହ ପ୍ରକାଶ କରାଯାଇଛି। ବରଗଡ଼ ନାଗରିକ ମଞ୍ଚ ଏବଂ ସମଲେଶ୍ବରୀ ସଂଘ ନେତୃତ୍ୱରେ ସହରର ସଚେତନ ନାଗରିକ ଶୁକ୍ରବାର ବରଗଡ଼ ପୌର ପରିଷଦ କାର୍ଯ୍ୟାଳୟକୁ ଯାଇ ଉଚ୍ଛେଦ ଅଭିଯାନରେ ପ୍ରଶାସନିକ ଶିଥିଳତାର ପ୍ରତିବାଦ କରିଥିଲେ। ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବାନନ୍ଦ ସାହୁଙ୍କୁ ଘେରି ଉଚ୍ଛେଦ ଦାବିରେ ନାରାବାଜି କରି ବିଭିନ୍ନ ପ୍ରଶ୍ନ ପଚାରି ତାଙ୍କ ସ୍ପଷ୍ଟୀକରଣ ଲୋଡ଼ିଥିଲେ। ପ୍ରଥମ ପର୍ଯ୍ୟାୟରେ ୯ପ୍ଲଟରେ ଉଚ୍ଛେଦ ହୋଇଛି ଏବଂ ପରବର୍ତ୍ତୀ ସମୟରେ ପର୍ଯ୍ୟାୟ କ୍ରମେ ଜବରଦଖଲରେ ରହିଥିବା ବାକି ପ୍ଲଟରେ ଉଚ୍ଛେଦ କରାଯିବ। ଆସନ୍ତା ୧୦, ୧୧ ଏବଂ ୧୫ତାରିଖରେ ଏଭଳି ୩୦କେସ୍‌ର ଶୁଣାଣି ରହିଛି। ଶୁଣାଣି ପରେ ଉଚ୍ଛେଦ ଅଭିଯାନ ପୁଣି ଚାଲିବ। ସେହିପରି ଗତମାସ ୩୦ତାରିଖରେ ଯେଉଁ ୩ପ୍ଲଟ ବିଭିନ୍ନ କାରଣରୁ ଉଚ୍ଛେଦ ହୋଇ ପାରି ନ ଥିଲା, ସେଗୁଡ଼ିକର ମଧ୍ୟ ବିଚାର ହୋଇ ଉଚ୍ଛେଦ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ କହିଛନ୍ତି। ସେହିପରି ପୌର ପରିଷଦ କାର୍ଯ୍ୟାଳୟରୁ ଉଚ୍ଛେଦ ଦାବି ନେଇ ସମସ୍ତ ନାଗରିକ ବରଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ଉଚ୍ଛେଦ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସେମାନେ ଉପଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେଙ୍କଠାରେ ଦାବି କରିଥିଲେ। ଉଚ୍ଛେଦ ନେଇ ପ୍ରଶାସନିକ ସ୍ତରରେ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ଫଳରେ ପ୍ରଶାସନ ଉପରେ ଆସ୍ଥା ରଖିବା ପାଇଁ ଉପଜିଲାପାଳ ପାଣ୍ଡେ କହିଥିଲେ। ଅନ୍ୟପକ୍ଷରେ ଯେତେଦିନ ପର୍ଯ୍ୟନ୍ତ ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରା ବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନ ହୋଇଛି, ସେତେଦିନ ପର୍ଯ୍ୟନ୍ତ ସହରର ଅନ୍ୟ କୌଣସି ସ୍ଥାନରେ ଉଚ୍ଛେଦ କରି ଦିଆଯିବ ନାହିଁ ବୋଲି ନାଗରିକ ମଞ୍ଚ ପୌର ପ୍ରଶାସନକୁ ରୋକଠୋକ ଶୁଣାଇ ଦେଇଛି। ଏ଼ହା ସହିତ ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରା ବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ସହିତ ଏହି ରାସ୍ତାକୁ ପ୍ରଶସ୍ତୀକରଣ କରା ନ ଗଲେ ପୌର ପ୍ରଶାସନକୁ ଅଚଳ କରିଦେବା ସହିତ ବରଗଡ଼ ବନ୍ଦ ଡାକରା ଦିଆଯିବ ବୋଲି ଚେତାବନୀ ଦିଆଯାଇଛି। ସମଲେଶ୍ୱରୀ ସଂଘର ସଭାପତି ସମୀର ପ୍ରଧାନ, ସମ୍ପାଦକ ପ୍ରଶାନ୍ତ ମହାପାତ୍ର, ଜିଲା ଓକିଲ ସଂଘର ସଭାପତି ଭୀଷ୍ମଦେବ ସରାଫ, ଆଡଭୋକେଟ ଅନୁପ ଶତପଥୀ, ବରଗଡ଼ ନାଗରିକ ମଞ୍ଚର ଭବାନୀ ପ୍ରସାଦ ସାହୁ, କିଶୋର ସାହୁ, ଶିବାନନ୍ଦ ମଟାରୀ, ବୀରେନ୍ଦ୍ର ପ୍ରଧାନ, ମନୋହର ପ୍ରଧାନ, ଶୟନ ପଣ୍ଡା, ପ୍ରୀତମ ସିଂ ପ୍ରମୁଖ ଏଥିରେ ସକ୍ରିୟ ଅଂଶଗ୍ରହଣ କରିଥିଲେ । ପ୍ରକାଶଥାଉ କି, ୨୦୨୩ରୁ ଏଠାରେ ଜବରଦଖଲ ଉଚ୍ଛେଦ ଦାବି ଜୋର୍‌ ଧରି ଆସିଛି। ଜିଲା ଓକିଲ ସଂଘ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ସଂଘ ସମେତ ବିଭିନ୍ନ ଅନୁଷ୍ଠାନର ଦୃଢ଼ ଦାବି ପରେ ପ୍ରଶାସନ ସେତେବେଳେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଥିଲା। ମାତ୍ର ଉଚ୍ଛେଦ ପ୍ରକ୍ରିୟାରେ ପ୍ରଭାବିତ ଲୋକେ ନ୍ୟାୟାଳୟର ଦ୍ୱାରସ୍ଥ ହେବା ପରେ ସେ ନେଇ ବିଚାର ପ୍ରକ୍ରିୟାରେ ସମୟ ଗଡ଼ିଥିଲା। ମାତ୍ର ଉଚ୍ଚ ନ୍ୟାୟାଳୟ ଥରେ ନୁହେଁ, ୩ଥର ଉଚ୍ଛେଦ ସପକ୍ଷରେ ରାୟ ପ୍ରଦାନ କରି ସାରିଛନ୍ତି। ଏହାସତ୍ତ୍ୱେ ସମ୍ପୃକ୍ତ ଜବରଦଖଲକୁ ପ୍ରଶାସନ ହଟାଇ ପାରି ନ ଥିବା ଯୋଗୁ ଅସନ୍ତୋଷ ତେଜି ଉଠିଥିଲା। ଏ ନେଇ ସମଲେଶ୍ବରୀ ସଂଘ ଜିଲାପାଳ ଏବଂ ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ଭେଟି ଚେତାବନୀ ଦେଇଥିଲା। ଏହାପରେ ଗତମାସ ୩୦ତାରିଖ ପୌର ପ୍ରଶାସନ ଉଚ୍ଛେଦ ଅଭିଯାନ ଆରମ୍ଭ କରିଥିଲା। ମାତ୍ର ଆଂଶିକ ଉଚ୍ଛେଦ କରି ଏହି ଅଭିଯାନ ଶିଥିଳ ପଡିଥିବା ଯୋଗୁ ସହରରେ ଚାପା ଅସନ୍ତୋଷ ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ

କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ...

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ...

ମିଳୁନି ପିଇବା ପାଣି

ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ...

ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ…

ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image