ପିଏସ୍‌ପି ମାଧ୍ୟମରେ ଶକ୍ତି ସଂରକ୍ଷଣ

ଭୁବନେଶ୍ୱର, ୧୧।୮: ଇଣ୍ଡିଆନ୍‌ ଇଲେକ୍ଟ୍ରିକାଲ୍‌ ଆଣ୍ଡ ଇଲେକ୍ଟ୍ରୋନିକ୍ସ ମ୍ୟାନୁଫାକ୍‌ଚରର୍ସ ଆସୋସିଏସନ(ଆଇଇଇଏମ୍‌ଏ)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ତଥା ଓଡ଼ିଶା ପାୱାର କନ୍‌କ୍ଲେଭ-୨୦୨୪ର ପ୍ରଥମ ସଂସ୍କରଣ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟର ପ୍ରମୁଖ ସରକାରୀ ଅଧିକାରୀ, ଶିଳ୍ପ ଅଂଶୀଦାର, ନୀତି ନିର୍ଦ୍ଧାରକ ଏବଂ ଶିଳ୍ପପତିମାନେ ଏକାଠି ହୋଇଥିଲେ। ଏପରିକି ଗ୍ରୀନ୍‌ ହାଇଡ୍ରୋଜେନ୍‌/ଆମୋନିଆ ଉତ୍ପାଦନ ଏବଂ ପମ୍ପେଡ୍‌ ଷ୍ଟୋରେଜ୍‌ ପ୍ଲାଣ୍ଟ (ପିଏସ୍‌ପି) ମାଧ୍ୟମରେ ଶକ୍ତି ସଂରକ୍ଷଣ ସହ ସୌର ଓ ପବନ ଶକ୍ତିର ଉପଯୋଗ ଉପରେ ବିଶେଷ ଗୁରୁତ୍ୱଦେବା ସହ ଉତ୍ପାଦନ ଏବଂ ଅକ୍ଷୟ ଶକ୍ତି କ୍ଷେତ୍ରରେ ଓଡ଼ିଶା ଏକ ପ୍ରମୁଖ ହବ୍‌ରେ ପରିଣତ ହେବା ସମ୍ଭାବନା ଉପରେ ବିସ୍ତୃତ ଆଲୋଚନା ଏହି କନ୍‌କ୍ଲେଭ୍‌ ଜରିଆରେ କରାଯାଇଥିଲା। ୨୦୩୦ ସୁଦ୍ଧା ରାଜ୍ୟରେ ୧୦,୦୦୦ ମେଗାୱାଟ୍‌ ଅକ୍ଷୟ ଶକ୍ତିର କ୍ଷମତା ବୃଦ୍ଧି ପାଇଁ ଲକ୍ଷ୍ୟ ରଖାଯାଇଛି। ସେହିଭଳି ଉଦ୍‌ଘାଟନୀ ଅଧିବେଶନରେ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୂର୍ବାଞ୍ଚଳରେ ଆଇଇଇଏମ୍‌ଏର ପ୍ରୟାସକୁ ସ୍ବୀକୃତିଦେବା ସହ ପ୍ରଥମ ଥର ପାଇଁ ଓଡ଼ିଶା ପାୱାର କନ୍‌କ୍ଲେଭ୍‌ ଆୟୋଜନ କରିଥିବାରୁ ଆଇଇଇଏମ୍‌ଏକୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି ଏହି କ୍ଷେତ୍ରର ଅଭିବୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ଏବଂ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ଘୋଷଣା ସହ ସାରା ରାଜ୍ୟରେ ଶକ୍ତିକ୍ଷେତ୍ରର ସମ୍ପ୍ରସାରଣ ଏବଂ ତାଲିମପ୍ରାପ୍ତ କର୍ମଚାରୀମାନେ ସମ୍ଭାବନାର ଉପଯୋଗ ପାଇଁ ପ୍ରଚୁର ସୁଯୋଗ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନ’ ପ୍ଲାନ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ...

ମଉଳୁଛି ପେଟ୍ରୋଲ, ଡିଜେଲ ଶସ୍ତା ହେବା ଆଶା

ଭୁବନେଶ୍ୱର,୨୦।୯ (ଅନୁରାଧା ମହାରଣା):ନିକଟରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇବା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଉଥିଲା।...

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri