ଯନ୍ତ୍ରୀ ନା ଜମିଦାର: ଯେତେ ଖୋଲୁଛି ସେତେ ବାହାରୁଛି ସୁନା

କଟକ,୫।୮: କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ସୋମବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଚଢ଼ାଉ ବେଳେ ବାବୁଙ୍କ ଘରୁ ପୁଳା ପୁଳା ସୁନା ମିଳିଛି। ସୁନା ହାର, ଚେନ, ଚୁଡ଼ି, ମୁଦି ଏମିତି କେତେ କଣ ଅଳଙ୍କାରଭିଜିଲାନ୍ସ ହାତରେ ଲାଗିଛି। ୨୫ରୁ ଅଧିକ ସୁନା ମୁଦି, ପାଖାପାଖି ୩୦ଟି ସୁନା ହାର ଏହାସହ ଅନ୍ୟ ଅଳଙ୍କାର ଭିଜିଲାନ୍ସ ଜବତ କରିଛି । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସ ଟିମ ପକ୍ଷରୁ ଚଢ଼ାଉ ଜାରି ରହିଛି। କଟକ, ଭୁବନେଶ୍ବର, ଖୋର୍ଦ୍ଧା, ଭଦ୍ରକ ଓ ଯାଜପୁରରେ ରେଡ ଚାଲିଛି।
ବାରବାଟୀ ଷ୍ଟାଡିୟମରେ ଥିବା ତାଙ୍କ କାର୍ଯ୍ୟାଳୟ, ଭୁବନେଶ୍ୱର ପାଣ୍ଡରାରେ ଥିବା ତାଙ୍କ ବାସଭବନ, ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଦୁଇ ମହଲା କୋଠା, ଯାଜପୁର, କଟକ ଓ ଖୋର୍ଦ୍ଧାରେ ଥିବା ପ୍ଲଟରେ ଚଢ଼ାଉ ଚାଲିଛି । ଭଦ୍ରକର ଆଗରପଡ଼ାରେ ଥିବା ଦୁଇଟି ପୈତୃକ ଘର, ଯାଜପୁର ଓ ଖୋର୍ଦ୍ଧାରେ ଘନିଷ୍ଠ ସହଯୋଗୀଙ୍କ ଘର ଓ ଭୁବନେଶ୍ବର ନୟାପଲ୍ଲୀରେ ପ୍ରଦୀପ କୁମାର ରଥଙ୍କ ପୁଅଙ୍କ ଔଷଧ ଦୋକାନରେ ବି ଚଢ଼ାଉ କରୁଛି ଭିଜିଲାନ୍ସ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

ମୋ ସ୍କୁଟି ଋଣରେ ଲାଞ୍ଚ, ଡିଆର୍‌ସିଏସ୍‌ଙ୍କୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବିଞ୍ଝାରପୁର ବ୍ରାଞ୍ଚରେ ସ୍କୁଟି ଋଣରେ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ଚାଲିଥିବା ଅଭିଯୋଗ ସଂକ୍ରାନ୍ତରେ ରାଜ୍ୟ...

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ ସମ୍ପର୍କରେ ସମୀକ୍ଷା ନାହିଁ

କେନ୍ଦ୍ରାପଡ଼ା,୨୧ା୯ (ଜଗନ୍ନାଥ ଧଳ): ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟ ସମ୍ପଦ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ...

ଚିନ୍ତା ବଢ଼ାଇଲା ନକଲି କନ୍ଧମାଳ ହଳଦୀ ବିକ୍ରି: ବିଭାଗ ନୀରବ

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ): ଚାଲିଛି ପର୍ଯ୍ୟଟନ ଋତୁ। ବର୍ଷା ଓ ଶୀତ ଋତୁର ମଧ୍ୟବର୍ତ୍ତୀ ସମୟରେ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଆଉ କିଛି...

ବଏଲଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଶାନ୍ତି ଶୃଙ୍ଖଳା ରକ୍ଷା ଉପରେ ଗୁରୁତ୍ୱ

ପାଟଣାଗଡ ୨୧।୯ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ ଏନଏସିସ୍ଥିତ ହରିଶଙ୍କର ସମ୍ମିଳନୀ ସଦନଠାରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଦଶହରା ବଏଲଯାତ୍ରା ପାଇଁ ପ୍ରସ୍ତୁତି ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri