ଯନ୍ତ୍ରୀ ନା ଜମିଦାର : ଓଡ଼ିଶା ସହ ପଶ୍ଚିମବଙ୍ଗରେ ରହିଛି ୮୫ଟି ପ୍ଲଟ

ବାଲେଶ୍ୱର,୨।୮: ବାଲେଶ୍ୱର ଜିଲାର ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କର ସମ୍ପତ୍ତି ତାଲିକା ଲମ୍ବିବିବାରେ ଲାଗିଛି। ଭିଜିଲାନ୍ସ ସୂଚନା ମୁତାବକ, ଓଡ଼ିଶା ସହ ପଶ୍ଚିମବଙ୍ଗରେ ଏଯାବତ ୮୫ ପ୍ଲଟ ଠାବ ହେଲାଣି। ଏକ ପାଞ୍ଚ ମହଲା କୋଠା, ମାର୍କେଟ କଂପ୍ଲେକ୍ସ ଠାବ ହୋଇଛି। ୧୧ ଲକ୍ଷ ଟଙ୍କା, ୨୧୮ ଗ୍ରାମ ସୁନା, ଗୋଟିଏ କାର୍‌ ଠାବ କରାଯାଇଛି। ବାଲେଶ୍ୱରର ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଥିବା ସୂଚନାରୁ ମିଳିଛି।
ଯନ୍ତ୍ରୀଙ୍କ ଆଖି ଖୋସି ହୋଇଯିବା ପରି ସମ୍ପତ୍ତି ଠୁଳ କରିଛନ୍ତି। ଓଡ଼ିଶା ସାଙ୍ଗକୁ ପଶ୍ଚିମବଙ୍ଗରେ ବି ତାଙ୍କର ପ୍ଲଟ ରହିଛି। କେବଳ ଗୋଟିଏ ଦୁଇଟି ପ୍ଲଟ ନୁହେଁ ମାଳମାଳ ଫ୍ଲାଟ ଓ ଘର ରହିଛି। ସକାଳୁ ଚଢ଼ାଉ ହୋଇଥିବା ଏହି ବାବୁଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ତା’ ସାଙ୍ଗକୁ ତାଙ୍କ ଘରୁ ସୁନା, ଅଳଙ୍କାର ଓ ନଗଦ ଟଙ୍କା ବାହାରିଛି। ବର୍ତ୍ତମାନ ଚଢ଼ାଉ ଚାଲିଥିବାରୁ ସମ୍ପତ୍ତିର ମୋଟ ଆକଳନ ହୋଇନାହିଁ ବୋଲି ଜଣେ ଭିଜିଲାନ୍ସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀ ରଚିଥିଲେ ବଡ଼ ଯୋଜନା, ବିଏସ୍‌ଏଫ୍‌ ଯବାନ କଲେ ପଣ୍ଡ

ମାଲକାନଗିରି, ୨୩ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଘନବେଡ଼ା ଓ ଗୁରାସେତୁ ୧୭୭ ବିଏସ୍‌ଏଫ୍‌ ବାଟାଲିୟନ ତରଫରୁ ମାଓବାଦୀ ଡମ୍ପ ଜବତ କରିବା...

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ, କେରଳରୁ ଗିରଫ ହେଲେ ଅଭିଯୁକ୍ତ

ବୁଗୁଡ଼ା,୨୩ା୧୦(କାଳୀଚରଣ ଦାଶ): ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ସୁଦୂର କେରଳରୁ ଗିରଫ...

୨ ଦିନ ହାଇକୋର୍ଟ ଛୁଟି

କଟକ,୨୩ା୧୦ (କାର୍ତ୍ତିକ ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ହାଇକୋର୍ଟକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ହାଇକୋର୍ଟ ପକ୍ଷରୁ ବୁଧବାର ଜାରି ବିଜ୍ଞପ୍ତି ଅନୁଯାୟୀ,...

ଏଟିଏମ୍‌ କାର୍ଡ ବଦଳାଇ ଦୁର୍ବୃତ୍ତ ଲୁଟିନେଲେ ଏତିକି ଟଙ୍କା, ପଛରେ ରହି ପିନ୍‌…

ହିଞ୍ଜିଳିକାଟୁ,୨୩ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ଏଟିଏମ୍‌ରେ ଚତୁରତାର ସହ କାର୍ଡ ବଦଳାଇ ଟଙ୍କା ଲୁଟ୍‌ ହୋଇଥିବା ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ହିଞ୍ଜିଳି ବଡ଼ସାହିର ଉଦୟନାଥ...

ଚଢ଼ା ଦରରେ ସାମଗ୍ରୀ ବିକୁଥିଲେ ହେବ କାର୍ଯ୍ୟାନୁଷ୍ଠାନ: ଜାରି ହେଲା ଟେଲିଫୋନ ନମ୍ବର

ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବଜାରରେ ପ୍ରଚୁର ପରିମାଣର...

ବାତ୍ୟା ପ୍ରଭାବିତ ଜିଲା ପାଇଁ ଜାରି ହେଲା ଟୋଲ୍ ଫ୍ରି ନମ୍ବର, ସହାୟତା ପାଇଁ କରନ୍ତୁ କଲ୍

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ...

ନିଖୋଜର ୧୬ ଦିନ ପରେ ନାଳରୁ ମିଳିଲା ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଝରିଗାଁ,୨୩ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାା ଝରିଗାଁ ଥାନା ଅର୍ନ୍ତଗତ ଗୁରୁସିଙ୍ଗା ଜଙ୍ଗଲ ମଧ୍ୟରେ ରହିଥିବା ଶୁଷ୍କ ନାଳ ମଧ୍ୟରୁ ସ୍ଥାନୀୟ ପୋଲିସ ଏକ ଗଳିତ...

ଅଫ୍‌ଲାଇନ୍‌ରେ ବାଲିଯାତ୍ରା ଷ୍ଟଲ୍‌ ପଞ୍ଜୀକରଣ ସ୍ଥଗିତ

କଟକ,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍‌ ଖୋଲିବା ନିମନ୍ତେ ପ୍ଲଟ୍‌ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri