ଓଡ଼ିଶାରେ ନିର୍ମାଣ ହେବ ଭାରତୀୟ ବାୟୁସେନା ବିମାନର ଇଞ୍ଜିନ୍

ନୂଆଦିଲ୍ଲୀ,୯।୯: ଏସ୍‌ୟୁ-୩୦ ଏମକେଆଇ ବିମାନ ଲାଗି ୨୪୦ ଏଏଲ୍-୩୧ ଏଫପି ଏରୋ ଇଞ୍ଜିନ୍ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍) ସହ ୨୬,୦୦୦ କୋଟିରୁ ଅଧିକ ଟଙ୍କାର ଏକ ଚୁକ୍ତି ସ୍ୱାକ୍ଷର କରିଛି। ଏହାଦ୍ୱାରା ଆତ୍ମନିର୍ଭର ଭାରତ ଲକ୍ଷ୍ୟକୁ ଏକ ବଡ଼ ପ୍ରୋତ୍ସାହନ ମିଳିବ । ୯ ସେପ୍ଟେମ୍ବର, ୨୦୨୪ରେ ନୂଆଦିଲ୍ଲୀରେ ପ୍ରତିରକ୍ଷା ସଚିବ ଗିରିଧର ଅରମାନେ ଏବଂ ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ ଭିଆର ଚୌଧୁରୀଙ୍କ ଉପସ୍ଥିତିରେ ମନ୍ତ୍ରଣାଳୟ ଏବଂ ହାଲ୍ ର ବରିଷ୍ଠ ଅଧିକାରୀମାନେ ଏହି ଚୁକ୍ତିନାମା ସ୍ୱାକ୍ଷର କରିଥିଲେ।

ଏହି ଏରୋଇଞ୍ଜିନ୍ ଗୁଡ଼ିକ ହାଲ୍ ର କୋରାପୁଟ ଡିଭିଜନ ଦ୍ୱାରା ନିର୍ମିତ ହେବ ଏବଂ ଦେଶର ପ୍ରତିରକ୍ଷା ପ୍ରସ୍ତୁତି ପାଇଁ ଏସ୍‌ୟୁ-୩୦ ଫ୍ଲିଟ୍ ର ପରିଚାଳନା କ୍ଷମତା ବଜାୟ ରଖିବା ପାଇଁ ଭାରତୀୟ ବାୟୁସେନାର ଆବଶ୍ୟକତା ପୂରଣ କରିବ ବୋଲି ଆଶା କରାଯାଉଛି। ଚୁକ୍ତିଭିତ୍ତିକ ହସ୍ତାନ୍ତର କାର୍ଯ୍ୟସୂଚୀ ଅନୁଯାୟୀ ହାଲ୍ ବାର୍ଷିକ ୩୦ଟି ଏରୋ ଇଞ୍ଜିନ୍ ଯୋଗାଣ କରିବ । ଆସନ୍ତା ୮ ବର୍ଷ ମଧ୍ୟରେ ସମସ୍ତ ୨୪୦ଟି ଇଞ୍ଜିନର ଯୋଗାଣ ଶେଷ ହେବ।

ଉତ୍ପାଦନ ସମୟରେ ଏମଏସଏମଇ ଏବଂ ସରକାରୀ ଓ ବେସରକାରୀ ଉଦ୍ୟୋଗଗୁଡ଼ିକୁ ସାମିଲ କରି ଦେଶର ପ୍ରତିରକ୍ଷା ଉତ୍ପାଦନ ଇକୋସିଷ୍ଟମର ସହାୟତା ନେବାକୁ ହାଲ୍ ଯୋଜନା କରିଛି। ହସ୍ତାନ୍ତର କାର୍ଯ୍ୟକ୍ରମ ଶେଷ ସୁଦ୍ଧା ହାଲ୍ ୫୪% ରୁ ଅଧିକ ହାରାହାରି ଲକ୍ଷ୍ୟ ହାସଲ କରିବା ଲାଗି ସ୍ୱଦେଶୀକରଣ ପରିମାଣକୁ ୬୩% ପର୍ଯ୍ୟନ୍ତ ବୃଦ୍ଧି କରିବ। ଏହା ଏରୋ-ଇଞ୍ଜିନର ମରାମତି ଏବଂ ଓଭରହୋଲ କାର୍ଯ୍ୟରେ ସ୍ୱଦେଶୀ ଉପାଦାନକୁ ବୃଦ୍ଧି କରିବାରେ ମଧ୍ୟ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ଲିଜ୍‌ଧାରୀଙ୍କୁ ୭.୩୮ କୋଟି ଜରିମାନା

ଯାଜପୁର,୨୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ପଥର ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଲିଜ୍‌ଧାରୀ ନାରାୟଣ ରାଉତଙ୍କୁ...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri