ସ୍କୁଲରେ ନାମଲେଖା ଅବଧି ବଢ଼ିଲା

ଭୁବନେଶ୍ୱର, ୧୫।୭(ବ୍ୟୁରୋ)-କରୋନା ମହାମାରୀ ପାଇଁ ରାଜ୍ୟରେ ସ୍କୁଲ ଓ କଲେଜ ବନ୍ଦ ରହିଛି। ଅଗଷ୍ଟ ୩୧ ପର୍ଯ୍ୟନ୍ତ ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିଛନ୍ତି। ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର ସ୍କୁଲରେ ନାମଲେଖା ଅବଧିକୁ ବୃଦ୍ଧି କରିଛନ୍ତି। ଏ ନେଇ ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଜୁନ୍‌ ୮ରୁ ନାମଲେଖା ଆରମ୍ଭ କରି ଜୁଲାଇ ୧୫ ଭିତରେ ସାରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ ଜିଲା ଶିକ୍ଷା ଅଧିକାରୀ, ବ୍ଲକ୍‌ ଶିକ୍ଷା ଅଧିକାରୀ ଓ ପ୍ରଧାନଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ ବର୍ତ୍ତମାନର ସ୍ଥିତିକୁ ଦେଖି କୌଣସି ଛାତ୍ରୀଛାତ୍ର ନାମଲେଖାରୁ ଯେପରି ବାଦ୍‌ ନ ପଡ଼ନ୍ତି ସେଥିଲାଗି ବିଭାଗ ପକ୍ଷରୁ ନାମଲେଖା ଅବଧିକୁ ଅଗଷ୍ଟ ୧୪ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।

Share