‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି

ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ ଦାସଙ୍କୁ ଜାମିନ ନ ମିଳିବାକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଗଭୀର ଚିନ୍ତା ପ୍ରକଟ କରାଯାଇଛି।

ହିନ୍ଦୁ ସମେତ ସମସ୍ତ ସଂଖ୍ୟାଲଘୁ ସମୁଦାୟର ଲୋକଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ବାଂଲାଦେଶର ଅନ୍ତରୀଣ ସରକାରଙ୍କୁ ଭାରତ ଆଗ୍ରହ କରିଛି। ଏହି ବୟାନରେ କୁହାଯାଇଛି, ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସ୍‌ଙ୍କୁ ଗିରଫ କରାଯିବା ଓ ତାଙ୍କୁ ଜାମିନ ନ ମିଳିବା ନିଶ୍ଚିତ ଭାବେ ଦୁର୍ଭାଗ୍ୟଜନକ। ଦେଶର ଚରମପନ୍ଥୀଙ୍କ ଦ୍ୱାରା ହିନ୍ଦୁ ଏବଂ ବିଭିନ୍ନ ସଂଖ୍ୟାଲଘୁ ସମୁଦାୟକୁ କରାଯାଇଥିବା ବିଭିନ୍ନ ଆକ୍ରମଣ ପରେ ଏହି ଘଟଣା ସାମ୍‌ନାକୁ ଆସିଛି।

ସେହିପରି ବାଂଲାଦେଶରେ ସଂଖ୍ୟାଲଘୁ ସମୁଦାୟର ଲୋକଙ୍କ ଘର, ବ୍ୟବସାୟିକ ପ୍ରତିଷ୍ଠାନକୁ ଟାର୍ଗେଟ କରି ସେଗୁଡ଼ିକୁ ଲୁଟ୍‌ ଏବଂ ଭଙ୍ଗାରୁଜା ମଧ୍ୟ କରାଯାଉଛି। ଏ ସମସ୍ତ ଘଟଣା ଦୁର୍ଭାଗ୍ୟଜନକ। ଅପରାଧୀମାନଙ୍କ ବିରୋଧରେ ଏପର୍ଯ୍ୟନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ତେଣୁ ଏଥିପ୍ରତି ଦୃଷ୍ଟି ଦେବାକୁ ବାଂଲାଦେଶ ସରକାରଙ୍କୁ ଭାରତ ସଚେତନ କରିଛି।



Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri