Uttam Mohanty Hospitalized: ଏହି ରୋଗରେ ପୀଡ଼ିତ ଅଛନ୍ତି ଉତ୍ତମ ମହାନ୍ତି, ଖୁବ୍‌ଶୀଘ୍ର ଦିଲ୍ଲୀକୁ ହେବେ ଏୟାରଲିଫ୍ଟ

ଭୁବନେଶ୍ୱର,୮।୨: ଭେଟେରାନ ଓଲିଉଡ୍‌ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର। ସେ ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ଅଛନ୍ତି। ଏବେ ରାଜଧାନରର ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ତାଙ୍କ ଚିକିତ୍ସା ଚାଲିଛି। ହେଲେ ଅଧିକ ଚିକିତ୍ସା ଲାଗି ତାଙ୍କୁ ଏୟାରଲିଫ୍ଟ କରାଯିବ। ଏନେଇ କିମ୍ସ କ୍ୟାନ୍‌ସର ହସ୍ପିଟାଲ ନିର୍ଦ୍ଦେଶକ ପ୍ରଫେସର ଡାକ୍ତର ମନୋଜ ସାହୁ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏହି ସୂଚନା ଦେଇଛନ୍ତି।

ଡାକ୍ତର କହିଛନ୍ତି, ୩ ଦିନ ଧରି ଉତ୍ତମ ମହାନ୍ତି କିମ୍ସରେ ଆଡମିଶନ ହୋଇଛନ୍ତି। ସେ ଲିଭ୍‌ର ସିରୋସିସ୍‌ ରୋଗରେ ପୀଡ଼ିତ ଅଛନ୍ତି। ଗତକାଲିଠାରୁ ସେ ଭେଣ୍ଟିଲେଟର ସପୋର୍ଟରେ ଥିଲେ। ଅଧିକ ଚିକିତ୍ସା ଲାଗି ପରିବାରଲୋକେ ତାଙ୍କୁ ଅନ୍ୟ ହସ୍ପିଟାଲକୁ ନେବାକୁ ଚାହୁଁଛନ୍ତି। ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବାରୁ ଏବେ ଅନ୍ୟ ହସ୍ପିଟାଲକୁ ଏୟାରଲିଫ୍ଟ କରିବାର ଠିକ୍‌ ସମୟ। ଯଥାଶୀଘ୍ର ଏୟାରଲିଫ୍ଟ ପାଇଁ ଚେଷ୍ଟା କରାଯାଉଛି। ଗୁରୁଗାଓଁର ମେଦାନ୍ତ ହସ୍ପିଟାଲକୁ ତାଙ୍କୁ ନେବା ଲାଗି ଚେଷ୍ଟା କରାଯାଉଛି। ଏଥିଯୋଗୁ ବୁକିଂ ମଧ୍ୟ ସରିଛି।

କହିରଖୁଛୁ, ଉତ୍ତମ ହେଉଛନ୍ତି ଓଡ଼ିଆ ସିନେଜଗତର ଜଣେ ଚର୍ଚ୍ଚିତ ନାମ। ୧୯୭୭ରେ ‘ଅଭିମାନ’ ଜରିଆରେ ବଡ଼ ପରଦାରେ ପାଦ ରଖିଥିଲେ ସେ। ଏହାପରଠାରୁ ସେ ପଛକୁ ଫେରି ଚାହିଁନାହାନ୍ତି। ସେ ତାଙ୍କ କ୍ୟାରିୟରରେ ୧୩୫ ଓଡ଼ିଆ, ୩୦ ବଙ୍ଗଳା, ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିଛନ୍ତି। ତାଙ୍କ ପତ୍ନୀ ଅପରାଜିତା ଏବଂ ପୁଅ ବାବୁସାନ ମହାନ୍ତି ମଧ୍ୟ ଜଣେ ଜଣେ ଅଭିନେତା ଭାବେ ଖ୍ୟାତି ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri