କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର ୫୧.୮ହଜାର ପ୍ରଶଂସକ ରହିଛନ୍ତି। ୮ ସପ୍ତାହ ପୂର୍ବରୁ ସେ ଇନ୍‌ଷ୍ଟାଗ୍ରାମରେ ତାଙ୍କର ଶେଷ ଫଟୋ ଶେୟାର କରିଥିଲେ। ସେତେବେଳେ ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।

Share