ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ମା’-ବାପାଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି

ଭୁବନେଶ୍ୱର,୧୨।୯: ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି। ମା’-ବାପାଙ୍କ ଉପରେ ନିର୍ଭରଶୀଳ ବିବାହିତା ଝିଅ/ ସାବତ ଝିଅଙ୍କୁ ନିଯୁକ୍ତି ପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ଥଇଥାନ ଯୋଜନାରେ ବିବାହିତା କିମ୍ବା ସାବତ ଝିଅଙ୍କୁ ଚାକିରି ମିଳିବ। ସେହିପରି ଅଗ୍ନିବୀରଙ୍କୁ ନେଇ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ ୟୁନିଫର୍ମ ସର୍ଭିସରେ ୧୦% ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ମିଳିଛି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ବସିଥିଲା। ।

ଅନ୍ୟପଟେ, ଭାଜପା କାର୍ଯ୍ୟାଳୟରେ ରାଜ୍ୟ ସଭାପତିଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ୧୭ରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଗସ୍ତ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ବସୁଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପ୍ରଭାରୀ ବିଜୟ ପାଲସିଂ ତୋମାର ଯୋଗ ଦେବେ। ସୁଭଦ୍ରା ଯୋଜନା ସହ ସଦସ୍ୟତା ଅଭିଯାନ ନେଇ ବୈଠକରେ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ...

ବ୍ରିଜ୍‌ ଉପରେ ସ୍କୁଟି, ମୋବାଇଲ, ଆଧାରକାର୍ଡ ରଖି ଭରାନଦୀକୁ ଡେଇଁଲେ ଅଙ୍ଗନଓ୍ବାଡ଼ି ସୁପରଭାଇଜର

ଯାଜପୁର ସଦର,୧୯ା୯(ସମୟ ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ବରୁଆଁ ନିକଟସ୍ଥ ଖରସ୍ରୋତା ନଦୀକୁ ଡେଇଁ କୁଆଖିଆ ଥାନା ଅନ୍ତର୍ଗତ ଶ୍ରିବନ୍ତପୁର ଅଞ୍ଚଳର ମନ୍ଦାକିନୀ ସାମଲ...

ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁମାନେ ସୁଭଦ୍ରା ପାଇନାହାନ୍ତି ସେମାନଙ୍କୁ…

ଭୁବନେଶ୍ୱର,୧୯।୯: ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଶ୍ରୀମନ୍ଦିର...

ଭୁଟାନ ଆପଣାଇବ ବିଏମ୍‌ସି ମଡେଲ

ଭୁବନେଶ୍ୱର,୧୯ା୯ (ଅନୁରାଧା ମହାରଣା): ଭୁଟାନର ଏକ ପ୍ରତିନିଧି ଦଳ ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ଏହି ଟିମ୍‌ରେ ବରିଷ୍ଠ ଅଧିକାରୀ ଓ ବୈଷୟିକ ବିଶେଷଜ୍ଞମାନେ...

ମେଜରଙ୍କୁ ଦୁର୍ବ୍ୟବହାର ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି, କହିଲେ କାହାରିକୁ ବି…

ଭୁବନେଶ୍ୱର,୧୯ା୯: ରାସ୍ତାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣାର ତଦନ୍ତ ହେବ ବୋଲି ଗୁରୁବାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଓ୍ବାଇବି ଖୁରାନିଆ।...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସବୁ ଜିଲାରେ ହେବ…

ଭୁବନେଶ୍ୱର,୧୯।୯: ରାଜ୍ୟର ସମସ୍ତ ଜିଲାରେ ମେଡିକାଲ କଲେଜ ହେବ। ଗୁରୁବାର ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri